ରାଜ୍ୟ ସ୍ପେଶାଲ ରିପୋର୍ଟ

ଖସୁଛି ପାରଦ: ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର : ଖସୁଛି ପାରଦ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ଆଜି ରାଜ୍ୟର ୧୪ ସହରର ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୯.୬ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ସମତଳ ଅଞ୍ଚଳମାନଙ୍କ ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ୧୧.୫ ଡିଗ୍ରି ରାତ୍ରି ତାପମାତ୍ରା ରେକର୍ଡ ହୋଇଛି।

କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୧୦.୩ ଡିଗ୍ରି, ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୧୧.୭ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୧୨ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି। କଟକ-ଭୁବନେଶ୍ବରର ତାପମାତ୍ରା ମଧ୍ୟ ୧୭ ଡିଗ୍ରିକୁ ଖସିଛି। ଗତ ରାତିରେ କଟକର ରାତି ତାପମାତ୍ରା ୧୭ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରର ୧୭.୧ ଡିଗ୍ରି ରହିଥିଲା। ଆଗାମୀ ୪ରୁ ୫ ଦିନ ଯାଏ ରାତି ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ସ୍ବାଭାବିକ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରି ଯାଏ କମ୍‌ ରହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଅନ୍ୟପଟେ ଆସନ୍ତା ୧୬ ତାରିଖ ଆଡ଼କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର କ’ଣ ପ୍ରଭାବ ରହିବ ସେ ନେଇ କୌଣସି ସୂଚନା ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇନାହିଁ। ଏବେ କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ପାଗ କୁହୁଡ଼ିଆ ରହୁଛି। କିଛି ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖାଯାଉଛି। ଆସନ୍ତା ୪ରୁ ୫ ଦିନ ଏହିଭଳି ଶୀତୁଆ ପାଗ ରହିବ ବୋଲି ସୂଚନା ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।