କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଏଥର ହେବନି ବରଗଡ ଧନୁଯାତ୍ରା, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବାତିଲ

ବରଗଡ଼ ୧୩।୧୨: ଚଳିତ ବର୍ଷ ହେବନି ବରଗଡ ଧନୁଯାତ୍ରା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ବପ୍ରସିଦ୍ଧ ବରଗଡ ଧନୁଯାତ୍ରା ବାତିଲ କରାଯାଇଛି । ଏ ନେଇ ଧନୁଯାତ୍ରା ମହୋତ୍ସବ ସମିତି ବୈଠକରେ ନିଷ୍ପତ୍ତି ହୋଇଛି । ଧନୁଯାତ୍ରା ଆୟୋଜନ ବାତିଲ ହୋଇଥିବା ନେଇ ବରଗଡ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । କିଛି ଦିନ ଧରି କରୋନା ସଂକ୍ରମଣ ବଢିବା ପରେ ଏବେ ସଂକ୍ରମଣ ହାର କମିବାରେ ଲାଗିଛି । ତଥାପି କରୋନାର ୨ୟ ଲହରୀ ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି କିଛିଟା କଟକଣା ଲଗାଇଛନ୍ତି ସରକାର । ତେବେ ଆଗାମୀ ବରଗଡ଼ ଧନୁଯାତ୍ରା ନେଇ ମହୋତ୍ସବ ସମିତି ବୈଠକ ବସିଥିଲା । ବୈଠକରେ ଚଳିତ ବର୍ଷ ବରଗଡ଼ ଧନୁଯାତ୍ରୀ ହେବନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । କରୋନା ସ୍ଥିତିକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,