ଅପରାଧ ରାଜ୍ୟ

ରାସ୍ତାକଡ଼ ଗଛରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ପାରିବାରିକ କାରଣରୁ ଆତ୍ମହତ୍ୟା !

ଉଦଳା ୧୭।୧୧ : ରାସ୍ତା କଡ଼ରେ ଥିବା ଗଛରୁ ଯୁବକଙ୍କ ଝୁଲନ୍ତା ମୃତେଦହ ଠାବ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ବାଲିଛତ୍ରା ଗାଁରୁ ଆସିଛି ଏମିତି କିଛି ଘଟଣା । ମୃତକ ବାଲିଛତ୍ରା ଗାଁର ଗବରା ସିଂହ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗବରା ସିଂହ ଏକ ଗଛରେ ଝୁଲୁଥିବାରେ ଦେଖିଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲା । ଉଦଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି । ଗବରା ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛି । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି । ତେବେ ଏହା ଆତ୍ମହତ୍ୟା କି ହତ୍ୟା ? ତାହାର ତଦନ୍ତ ପରେ ହିଁ ସ୍ପଷ୍ଟ ହେବ । ଖାସ୍‌ କରି ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।