ରାଜନୀତି ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଜେଡିରେ ମିଶିଲେ ମହେନ୍ଦ୍ର ବଢେଇ, ଛାଡିଥିଲେ ସହକାରୀ ଜିଲ୍ଲାପାଳ ଚାକିରି

ଭୁବନେଶ୍ୱର ୧୭।୧୧ : ବିଜେଡିରେ ଯୋଗଦେଲେ ମହେନ୍ଦ୍ର ବଢେଇ । ନିଜର ଶହ ଶହ ସମର୍ଥକଙ୍କ ସହ ନବୀନ ନିବାସରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ଅବସରରେ ପାର୍ଟିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ରହିଥିଲେ ।

ଖବର ଅନୁଯାୟୀ, ନୂଆପଡ଼ା ଜିଲ୍ଲାର ସହକାରୀ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ ମହେନ୍ଦ୍ର ବଢେଇ । ହେଲେ ସେ କିଛି ଦିନ ତଳେ ସ୍ୱେଚ୍ଛାକୃତ ଭାବେ ଚାକିରିରୁ ଅବସର ନେଇଥିଲେ । ଏହାପରେ ଗୁରୁବାର ଦିନ ବିଜେଡିରେ ଯୋଗ ଦେଇଛନ୍ତି । ମହେନ୍ଦ୍ର ବଢାଇଙ୍କ ନିଜ ଘର ପଦ୍ମପୁରରେ । ତେଣୁ ଉପନିର୍ବାଚନ ଆଗକୁ ଥିବା ବେଳେ ଆଜି ବିଜେଡିର ମିଶ୍ରଣ ଦଳ ପାଇଁ ବେଶ ସହାୟକ ହେବ ବୋଲି କୁହାଯାଉଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର