ରାଜ୍ୟ

ସାପ୍ତାହିକ ହାଟରେ ଅଗ୍ନିକାଣ୍ଡ, ଜଳିଗଲା ୪୭ଟି ଚାଳିଆ

ନିଆଳି ୨୦।୧୧ : ସାପ୍ତାହିକ ହାଟରେ ଅଗ୍ନିକାଣ୍ଡ। କଟକ ଜିଲ୍ଲା ନିଆଳି ପଞ୍ଚାୟତ ଅଧିନସ୍ଥ ସାପ୍ତାହିକ ହାଟର ଘଟଣା। ନିଆଳି ଓ ଅଡ଼ଶପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଖବର ଅନୁଯାୟୀ, ଶନିବାର ବିଳମ୍ୱିତ ରାତିରେ କୌଣସି କାରଣରୁ ସପ୍ତାହିକ ହାଟରେ ଥିବା ଚାଳିଆରେ ଭୟାବହ ଅଗ୍ନିକାଣ୍ଡ ଲାଗିଯାଇଥିଲା । ଯାହାଫଳରେ ପ୍ରାୟ ୪୭ଟି ଚାଳିଆ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ନିଆଳି ଓ ଅଡ଼ଶପୁର ଅଗ୍ନିଶମ ବିଭାଗର କର୍ମଚାରୀ ଦୀର୍ଘ ୩ ଘଣ୍ଟା କସରତ ପରେ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି। ସୂଚନା ଥାଉ କି ଗତ ୩ ବର୍ଷ ତଳେ ଏହିଭଳି ଭାବରେ ହାଟରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।