ରାଜ୍ୟ ସ୍ପେଶାଲ ରିପୋର୍ଟ

ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେ ଶୀତ ଲହରୀ

ଫୁଲବାଣୀ ୨୦/୧୧; ଫୁଲବାଣୀରେ ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଲା ପାରଦ। ଗତ ଦୁଇ ତିନି ଦିନ ହେବ କନ୍ଧମାଳରେ ପ୍ରବଳ ଶୀତ ଅନୁଭବ ହେଉଛି। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି। ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ତାପମାତ୍ରା ମଧ୍ୟ ୧୦ ଡିଗ୍ରୀ ତଳେ।
ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁନାହାନ୍ତି ଲୋକେ। ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇ ଦିନ ହେଲା ଥଣ୍ଡା ମାଡି ଆସୁଛି। ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ ଦୋକାନ ବଜାର ବି ଖାଁ ଖାଁ ଲାଗୁଛି ।
ଥଣ୍ଡା ବଢିବା ଫଳରେ ଏବେ ଗରମ ପୋଷାକର ମଧ୍ୟ ଚାହିଦା ବଢିବାରେ ଲାଗିଛି । ଫଳରେ ଗାଁରୁ ସହର ଯାଏ ଗରମ ପୋଷାକର ପସରା ମେଲିଥିବା ଦେଖାଯାଉଛି। ଲୋକେ ମଧ୍ୟ ଗରମ ପୋଷାକ କିଣାକିଣି କରୁଥିବା ଦେଖିବାକୁ ମିଳୁଛି । ସେହିପରି ଜ଼ିଲ୍ଲାର ବାଲିଗୁଡାରେ ବି ଥଣ୍ଡାର ପ୍ରକୋପ ବଢ଼ିବାରେ ଲାଗିଛି l ଥଣ୍ଡା ସାଙ୍ଗକୁ ଘନ କୁହୁଡି ଅସ୍ତବ୍ୟସ୍ତ କରିପକାଇଛି ଜନ ଜୀବନ l ତେବେ ଏବେ ପର୍ଯ୍ୟଟନ ଋତୁ ହୋଇଥିବାରୁ କନ୍ଧମାଳ ଜିଲାର ପ୍ରାକୃତିକ ମନୋରମ ପରିବେଶକୁ ମନଭରି ଉପଭୋଗ କରିବା ଲାଗି ଛୁଟି ଆସୁଛନ୍ତି ପର୍ଯ୍ୟଟକ। ଜିଲ୍ଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ବଣଭୋଜିର ଆସର ସାଙ୍ଗକୁ ରାଜ୍ୟ ଓ ରାଜ୍ୟ ବାହାରର ପର୍ଯ୍ୟଟକ ମାନଙ୍କ ଆସ୍ତେ ଆସ୍ତେ ଭିଡ଼ ମଧ୍ୟ ଜମିଲାଣି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।