ଅପରାଧ ରାଜ୍ୟ

କୋରେଇରେ ରେଳ ଦୁର୍ଘଟଣା: ହେଲ୍ପ ଲାଇନ୍ ନମ୍ବର ଜାରି କଲା ପୂର୍ବତଟ ରେଳବାଇ

ଭୁବନେଶ୍ବର: କୋରେଇରେ ରେଳ ଦୁର୍ଘଟଣା ପରେ ପୂର୍ବତଟ ରେଳବାଇ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି ହୋଇଛି।। । କୋରେଇ ଷ୍ଟେସନ – ୮୪୫୫୮୮୯୯୦୫ । ଭୁବନେଶ୍ୱର ପାଇଁ ୦୬୭୪-୨୫୩୪୦୨୦ । ଖୋର୍ଦ୍ଧା ରୋଡ୍ କଣ୍ଟ୍ରୋଲ ରୁମ୍ ନମ୍ବର – ୦୬୭୪-୨୪୯୨୨୪୫ ।

ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲାର କୋରେଇରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି। ଷ୍ଟେସନ ଦେଇ ଯାଉଥିବା ଏକ ମାଲ୍ ଗାଡି ଲାଇନଚ୍ଯୁତ ହୋଇ ପ୍ଲାଟଫର୍ମକୁ ମାଡ଼ିଯାଇଥିଲା । ଏହାଫଳରେ ପ୍ଲାଟଫର୍ମରେ ଅନ୍ୟ ଟ୍ରେନକୁ ଅପେକ୍ଷା କରିଥିବା ୪ ଜଣ ଯାତ୍ରୀଙ୍କର ମୃତ୍ଯୁ ହୋଇଥିବା ଜଣାଯାଇଛି।ମୃତକମାନଙ୍କ ମଧ୍ୟରେ ଜଣେ ଶିଶୁ, ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି। ଏମାନେ ସମସ୍ତେ ବାଲେଶ୍ବର-ଭୁବନେଶ୍ବର ଡିଏମୟୁ ଟ୍ରେନରେ ଯାତ୍ରା କରିବ‌ାକୁ ପ୍ଲାଟଫର୍ମରେ ଅପେକ୍ଷା କରିଥିଲେ। ଏଯାବତ୍ ଦୁଇ ମହିଳା ମୃତକଙ୍କ ପରିଚୟ ମିଳିଛି। ସେମାନେ ହେଲେ ପାର୍ବତୀ ବିନ୍ଧାଣି ଓ ଅଫଜୁନ ବିବି। ଏ ସଂକ୍ରାନ୍ତରେ ଅଧିକ ଖବରକୁ ଅପେକ୍ଷା କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।