ରାଜ୍ୟ ସ୍ପେଶାଲ ରିପୋର୍ଟ

ମଙ୍ଗଳବାରଠୁ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି, ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେବେ ମହାପ୍ରଭୁ

ପୁରୀ ୨୨/୧୧: ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।‌

ଆଜି ପ୍ରଥମ ଦିନ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାପ୍ରଭୁ, ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେବେ । ଆସନ୍ତାକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ପରେ ତୃତୀୟ ଦିନ ଅର୍ଥାତ ଗୁରୁବାର ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି ।

ଏହି ତିନି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶ ଧାରଣ କରି ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରିବେ। ଏହା ସହ ଏହି ତିନିଦିନ ମଧ୍ୟ ମହାଦୀପ ମଧ୍ୟ ପ୍ରଜ୍ବଳିତ ହେବ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ । ପ୍ରତିଦିନ ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ବେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇବେ ।

ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ ହାତ, ଶ୍ରୀବଳଭଦ୍ର ୧୪ ହାତ ଓ ଦେବୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତା ଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ତଡଗୀ, ନଳୀଭୂଜ, ଚନ୍ଦ୍ର ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରରେ ଠାକୁରମାନେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।