ଅପରାଧ ରାଜ୍ୟ

ରାଜଧାନୀ ଉପକଣ୍ଠରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ..

ଭୁବନେଶ୍ୱର ୨୨।୧୧ : ରାଜଧାନୀ ଉପକଣ୍ଠରେ ବିଭତ୍ସ ହତ୍ୟାକାଣ୍ଡ । ଚନ୍ଦକା ଥାନା ପାଇକପୁର ପାହାଡ଼ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ବଂଶୀଧର , ସେ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ୟ କରନ୍ତ ବୋଲି ସୂଚନା ରହିଛି ।

ଖବର ଅନୁଯାୟୀ, ପାଇକପୁର ପାହାଡ଼ ତଳେ ବଂଶୀଧରଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ଚନ୍ଦକା ଥାନାକୁ ଖବର ଦେଇଥିଲେ । ଚନ୍ଦକା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ପୋଲିସ ।

ବଂଶୀଧରଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ଏପିରିକି ତାଙ୍କ ମୁହଁକୁ ମଧ୍ୟ ପଛରରେ ଛେଚି ଦେଇଛନ୍ତି ଦୁର୍ବୃତ୍ତ । ତେବେ କିଏ ଓ କାହିଁକି ଏଭଳି ବିଭତ୍ସ ହତ୍ୟାକାଣ୍ଡ ଭିଆଇଛନ୍ତି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ପୋଷ୍ଟମର୍ଟମ ରିପୋର୍ଟ ଆସିବ ପରେ ହତ୍ୟାର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ଅନୁମାନ କରୁଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।