ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ୩ ମାଓବାଦୀ ନିହତ

ମାଲକାନଗିରି ୨୬।୧୧ : ଓଡିଶା ସୀମାନ୍ତରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବି ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଖବର ଅନୁଯାୟୀ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍‌ ଚାଲିଥିଲା । ଏହି ସମୟରେ ମାବାଦୀଙ୍କ ସହ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସିଆର୍‌ପିଏଫ୍‌ ଡିଆରଜି ଏବଂ ଏସ୍‌ଟିଏଫ୍‌ ବାହିନୀ ପକ୍ଷରୁ ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଚାଲିଛି ।

ସେପଟେ ଘଟଣାସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି । ତେବେ ନିହତ ହୋଇଥିବା ମାଓବାଦୀମାନେ କେଉଁ ସଂଗଠନ ସହିତ ଜଡିତ । ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ସର୍ଚ୍ଚ ଅପରେସନ ଜାରି ରହିଥିବା ବିଜାପୁର ଏସ୍‌ପି ଅଞ୍ଜନେଇ ବାର୍ନୀ ସୂଚନା ଦେଇଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ