ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜ୍ୟରେ ୫ ଦିନ ଜାରି ରହିବ ଶୀତ

ଭୁବନେଶ୍ବର : ରାଜ୍ୟରେ ଏବେ ଶୀତ ଲହର ଜାରି ରହିଛି। ଗତ ରାତିରେ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରି ରେକର୍ଡ ହୋଇଛି। ସେହିପରି ସମତଳ ଅଞ୍ଚଳମାନଙ୍କ ମଧ୍ୟରେ ଫୁଲବାଣୀରେ ୯.୫ ଡିଗ୍ରି ଓ କିରେଇରେ ୯.୪ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଏଥିସହ ରାଜ୍ୟର ୨୪ ସହରର ତାପମାତ୍ରା ୧୫ ଡିଗ୍ରି ତଳକୁ ରହିଛି। ଦାରିଙ୍ଗବାଡ଼ି ଓ କେନ୍ଦୁଝରରେ ୧୦ ଡିଗ୍ରି, ଝାରସୁଗୁଡ଼ାରେ ୧୦.୬ ଡିଗ୍ରି, ଦେବଗଡ଼ରେ ୧୧.୫ ଡିଗ୍ରି ଓ ହୀରାକୁଦରେ ୧୧.୮ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି।

ଦ୍ବୈତନଗରୀ କଟକ ଓ ଭୁବନେଶ୍ବରରେ ମଧ୍ୟ ଶୀତ ପ୍ରକୋପ ଅନୁଭୂତ ହେଉଛି। ଗତରାତିରେ କଟକରେ ସର୍ବନିମ୍ନ ତାପମାତ୍ରା ୧୪.୮ ଡିଗ୍ରି ଓ ଭୁବନେଶ୍ବରର ୧୪ ଡିଗ୍ରି ରହିଥିଲା। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ତାପମାତ୍ରା ଏହିଭଳି ରହିବ। ଅନେକ ସ୍ଥାନର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ସ୍ବାଭାବିକଠାରୁ କମ୍‌ ରହିବ ବୋଲି ଆଞ୍ଚଳିକ ପାଣିାପଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ରବିବାର ଦିନ ରାଜ୍ୟର କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଗଜପତି ଆଦି ଜିଲ୍ଲାରେ ସକାଳୁ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି। ଆଜିଠାରୁ ରାଜ୍ୟରେ ପାଗ କୁହୁଡ଼ିଆ ରହିବ ନାହିଁ। ଖରା ଅଧିକ ଟାଣ ହେବା ସହ ଆକାଶ ନିର୍ମଳ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।