ରାଜ୍ୟ ସ୍ପେଶାଲ ରିପୋର୍ଟ

ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ

ଭୁବନେଶ୍ୱର ୦୧।୧୨ : ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ହୋଟେଲ ମାଲିକ ଶିବ ପ୍ରସାଦ ଦାସ । ମାଷ୍ଟରକ୍ୟାଣ୍ଟିନ ଠାରେ ଥିବା ତାଜ ହୋଟେଲରେ ହୋଇଥିଲା ଡିଲ୍ । ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳୀ ଉଭୟ ସେହି ହୋଟେଲରେ ଜଣେ ବ୍ୟକ୍ତିଙ୍କୁ କରିଥିଲେ ବ୍ଲାକମେଲର ଶିକାର । ଯାହାର ଛାନଭିନ୍ କରୁଛି ଇଡି ।

ସେହିପରି ଅନ୍ୟପଟେ ବୁଧବାର ଦିନ ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ କରିଥିଲେ କୋର୍ଟ । ଭୁବନେଶ୍ୱର ନୟାପଲ୍ଲୀ ଥାନା ମାମଲାରେ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ ଆବେଦନ ଖାରଜ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲାକୁ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ କୋର୍ଟଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଗତ ୨୮ ତାରିଖରେ ଜିଲ୍ଲା ଓ ଦୌରା ଜଜ୍ କୋର୍ଟରେ ହୋଇଥିଲା ଉଭୟ ପକ୍ଷରୁ ଶୁଣାଣି । ଶେଷରେ ବୁଧବାର ଅର୍ଚ୍ଚନାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।