ରାଜନୀତି ରାଜ୍ୟ

ଆରମ୍ଭ ହେଲା ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟଗ୍ରହଣ

ବରଗଡ଼/ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟଗ୍ରହଣ। ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ହାଇଭୋଲଟେଜ୍ ନିର୍ବାଚନରେ ବିଜେଡି, ବିଜେପି ଓ କଂଗ୍ରେସ ପ୍ରତିଦ୍ବନ୍ଦ୍ବୀଙ୍କ ସମେତ ମୋଟ ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତିନି ବ୍ଲକର ମୋଟ ୨ ଲକ୍ଷ ୬୯ ହଜାରରୁ ଅଧିକ ମତଦାତା। ଭୋଟଗ୍ରହଣକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ଲାଗି ପ୍ରଶାସନ ଲାଗିପଡିଥିବା ବେଳେ ଦୁଇ ପ୍ରମୁଖ ପ୍ରତିଦ୍ବନ୍ଦ୍ବୀ ବିଜେଡି-ବିଜେପି ଭିତରେ ଛକାପଞ୍ଝା ତଥାପି ଜାରି ରହିଛି।

ଆଜି ସକାଳ ୭ଟାରୁ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଅପରାହ୍‌ଣ ୪ଟା ପର୍ଯ୍ୟନ୍ତ ମତଦାନ ପ୍ରକ୍ରିୟା ଚାଲିବ। ସୁରକ୍ଷା ଦୃଷ୍ଟିରୁ ପୁଲିସ୍‌ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୋଲିଂ ଟିମ୍‌ଗୁଡ଼ିକ ଗତକାଲିଠାରୁ ନିଜ ନିଜ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ପହଞ୍ଚି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଛନ୍ତି। ପଦ୍ମପୁର ନିର୍ବାଚନମଣ୍ଡଳୀରେ ଏଥର ୩୧୯ଟି ବୁଥ୍‌ରେ ୨,୬୯,୩୨୬ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏଥିରେ ୧,୩୦,୩୩୧ ଜଣ ପୁରୁଷ, ୧,୨୮,୯୮୧ ଜଣ ମହିଳା ଓ ୧୪ ଜଣ ତୃତୀୟ ଲିଂଗୀ ଭୋଟର୍‌ ରହିଛନ୍ତି।

ନିର୍ବାଚନମଣ୍ତଳୀରେ ସମୁଦାୟ ୩୧୯ଟି ବୁଥ୍‌ରୁ ୪୬ଟି ମାଓ ଅଧ୍ୟୁଷିତ ଇଲାକାରେ ରହିଛି। ୧୫୨ଟି ସମ୍ବେଦନଶୀଳ ଓ କ୍ରିଟିକାଲ୍‌ ବୁଥ୍‌ ରହିଛି। ଏହି ବୁଥ୍‌ଗୁଡ଼ିକରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ପାଇଁ ସିସିଟିଭି ଓ ୱେବ୍‌ କ୍ୟାମେରା ବ୍ୟବହାର ସହ ବୁଥ୍ ପିଛା ଜଣେ ମାଇକ୍ରୋ ଅବଜର୍ଭର ରହିଛନ୍ତି। ମୋଟ ୩୧୯ଟି ବୁଥ୍‌ରେ ୧୨୭୬ ଜଣ ପୋଲିଂ ଅଧିକାରୀ ୧୨୮ ଜଣ ରିଜର୍ଭ ପୋଲିଂ ଅଧିକାରୀ ରହିଛନ୍ତି। ୩୮ ଜଣ ପୁଲିସ ଅଧିକାରୀ, ୩୪ ସେକ୍ସନ ସିଆର୍‌ପିଏଫ୍‌, ୩୧୯ ସୁରକ୍ଷା କର୍ମୀ, ୧୨୩ ଜଣ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିଛନ୍ତି। ନିର୍ବାଚନମଣ୍ଡଳୀର ପ୍ରତି ବ୍ଲକ୍‌ରେ ୨ଟି ଲେଖାଏଁ ମୋଟ୍‌ ୬ଟି ପିଙ୍କ୍‌ ବୁଥ୍‌ ଓ ୧୫ଟି ଆଦର୍ଶ ଭୋଟ୍‌ଗ୍ରହଣ କେନ୍ଦ୍ର କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର