ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଅପରେସନ ଗ୍ରୀନ୍ କ୍ଲିନ୍, ୧୦ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ମୁନିଗୁଡ଼ା ୦୬।୧୨ : ରାୟଗଡ଼ା ଜିଲ୍ଲାର ଅପରେସନ ଗ୍ରୀନ୍ କ୍ଲିନ୍। ଜିଲ୍ଲାପାଳ ଓ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ବେଆଇନ ଭାବେ ଥିବା ଗଞ୍ଜେଇ ଗଛକୁ ନଷ୍ଟ କରାଯାଉଛି। ୧୧୬ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୦ କୋଟିରୁ ଅଧିକ ହେବ ।

ଖବର ଅନୁଯାୟୀ, ପଦ୍ମପୁର ଥାନା ଅନ୍ତର୍ଗତ ନୂଆଗାଁ, ଗୁଡାରି ଥାନା ଅନ୍ତର୍ଗତ ବୁରୁଣ୍ଡି ଓ ଚନ୍ଦ୍ରପୁର ଥାନା ଅନ୍ତର୍ଗତ ଡେକାପଙ୍କାଳ ଗାଁ ନିକଟ ଜଙ୍ଗଲରେ ବେଆଇନ ଭାବେ ଲାଗିଥିବା ୧୧୬ ଏକର ଜାଗାର ପ୍ରାୟ ୧ ଲକ୍ଷ ୧୬ ହଜାର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରିଛି ଅବକାରୀ ବିଭାଗ। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମନିକ ମୁଲ୍ୟ ପ୍ରାୟ ୧୦ କୋଟିରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି।

ଗୁଣପୁର ଏସଡିପିଓଙ୍କ ନେତୃତ୍ୱରେ ଗୁଡାରି ଓ ପଦ୍ମପୁର ଅଞ୍ଚଳରେ ଅଭିଯାନ କରାଯାଇଥିବା ବେଳେ ବିଷମକଟକ ଏସଡିପିଓଙ୍କ ନେତୃତ୍ୱରେ ଚନ୍ଦ୍ରପୁର ଅଞ୍ଚଳରେ ଏହି ଅଭିଯାନ ଆରମ୍ଭ କରାଯାଇଛି । ଏହି ଅପରେସନରେ ପୋଲିସ, ଅବକାରୀ ବିଭାଗ, ବନ ବିଭାଗ ଓ ରେଭିନ୍ୟୁ ବିଭାଗର କର୍ମଚାରୀମାନେ ସାମିଲ ହୋଇଥିବା ବେଳେ ଏଗଜୁକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ଗଛସବୁ ପୋଡି ନଷ୍ଟ କରାଯାଇଛି । ଆଗାମୀ ଦିନରେ ଏହି ଅଭିଯାନକୁ ଆହୁରି ଜୋରଦାର କରି ବେଆଇନ ଭାବେ ଲାଗିଥିବା ଗଞ୍ଜେଇ ଗଛକୁ ନଷ୍ଟ କରିବାକୁ ପୋଲିସ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଥିବା ଜଣାପଡିଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।