ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଞ୍ଚଳିକ ରାଜଭାଷା ସମ୍ମିଳନୀ ଓ ପୁରସ୍କାର ବିତରଣ ସମାରୋହ ଆଜି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଅଧୀନ ରାଜଭାଷା ବିଭାଗ ପକ୍ଷରୁ ଗୁରୁବାର ଆଞ୍ଚଳିକ ରାଜଭାଷା ସମ୍ମିଳନୀ ଆୟୋଜନ କରାଯିବ। ଭୁବନେଶ୍ବର ଆଚାର୍ଯ୍ୟ ବିହାରସ୍ଥିତ ଖଣିଜ ଓ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଏମ୍‌ଟି) ପରିସରରେ ଏହି ସମ୍ମିଳନୀ ଓ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହେବ। ଦିନ ୯ଟାରୁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୂର୍ବ ଏବଂ ଉତ୍ତର-ପୂର୍ବ କ୍ଷେତ୍ରର କେନ୍ଦ୍ର ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକ ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଏହି ସମ୍ମିଳନୀରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ କୁମାର ମିଶ୍ର ଅଧ୍ୟକ୍ଷତା କରିବେ। ବିଶେଷ ଅତିଥି ଭାବେ ରାଜଭାଷା ଉପରେ ଗଠିତ ସଂସଦୀୟ ସମିତିର ଉପାଧ୍ୟକ୍ଷ ଭର୍ତ୍ତୃହରି ମହତାବ ଯୋଗ ଦେବେ। ଏହାବ୍ୟତୀତ ରାଜଭାଷା ବିଭାଗର ଯୁଗ୍ମ ସଚିବ ଡ. ମୀନାକ୍ଷୀ ଜୋଲି, କେନ୍ଦ୍ର ସରକାର ଓ କେନ୍ଦ୍ର ସରକାରୀ ପ୍ରତିଷ୍ଠାନର ଅଧିକାରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିବେ। ସମାରୋହରେ ଅତିଥିମାନେ ରାଜଭାଷାର ପ୍ରଚାରପ୍ରସାର କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା କେନ୍ଦ୍ର ସରକାରୀ ଅଧିକାରୀ, ବ୍ୟାଙ୍କ ଓ ଉଦ୍ୟୋଗମାନଙ୍କୁ ବିଭିନ୍ନ ବର୍ଗରେ ପୁରସ୍କୃତ କରିବେ। ରାଜଭାଷା ସମ୍ମିଳନୀ ଆୟୋଜନ ସମ୍ପର୍କରେ ଆଜି ଯୁଗ୍ମ ସଚିବ ଡ. ଜୋଲି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ସମ୍ବିଧାନର ଅନୁଚ୍ଛେଦ ୩୪୩ ଅନୁଯାୟୀ, ହିନ୍ଦୀ ଭାଷା ଓ ଦେବନାଗରୀ ଲିପିକୁ ରାଜଭାଷା ଭାବେ ଗ୍ରହଣ କରାଯାଇଛି। ହିନ୍ଦୀ ଭାଷାର ବିକାଶ ପାଇଁ ସମ୍ବିଧାନର ଅନୁଚ୍ଛେଦ ୩୫୧ରେ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି। ରାଜଭାଷା ହିନ୍ଦୀର ପ୍ରୋତ୍ସାହନ ପାଇଁ ପ୍ରତ୍ୟେକ ଆର୍ଥିକ ବର୍ଷରେ ରାଜଭାଷା ବିଭାଗ ପକ୍ଷରୁ ଚାରିଟି ଆଞ୍ଚଳିକ ସମ୍ମିଳନୀ ଆୟୋଜନ କରାଯାଇଥାଏ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।