ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଆଜିଠୁ ଏଲ୍‌ଆରପି ଚୂଡ଼ାନ୍ତ ପରୀକ୍ଷା

ଭୁବନେଶ୍ବର : ରାଜ୍ୟର ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଚାଲିଥିବା ଏଲ୍‌ଆରପି(ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ)ର ଚୂଡ଼ାନ୍ତ ପରୀକ୍ଷା ସୋମବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଓଡ଼ିଆ ବିଷୟର ପରୀକ୍ଷା ହେବାକୁ ଥିବା ବେଳେ ଚତୁର୍ଥରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଇଂରାଜୀ, ୨୦ ତାରିଖରେ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ଗଣିତ ବିଷୟ‌ରେ ଏବଂ ୨୧ ତାରିଖରେ ତୃତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ଇଭିଏସ୍‌ ଓ ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ବିଜ୍ଞାନ ବିଷୟର ପରୀକ୍ଷା ଅନୁଷ୍ଠିତ ହେବ।

ପରୀକ୍ଷାର ସୁପରିଚାଳନା ଉପରେ ସ୍କୁଲ ପ୍ରଧାନ ଶିକ୍ଷକମାନେ ଗୁରୁତ୍ବାରୋପ କରିବେ। ଛାତ୍ରଛାତ୍ରୀ ନିଜ ନିଜ ସ୍କୁଲରେ ପରୀକ୍ଷା ଦେବେ। ପରୀକ୍ଷା ପାଇଁ ଧାର୍ଯ୍ୟ ସମୟରେ ଛାତ୍ରଛାତ୍ରୀଙ୍କ ପ୍ରଶ୍ନପତ୍ର ବଣ୍ଟନ ସହ ଉତ୍ତରଖାତା ଦିଆଯିବ। ପରୀକ୍ଷା ସରିବା କ୍ଷଣି ପରୀକ୍ଷାର୍ଥୀଙ୍କଠାରୁ ଉତ୍ତର ଖାତାଗୁଡ଼ିକୁ ଆଦାୟ କରି ପ୍ରଧାନ ଶିକ୍ଷକମାନେ ତାହାକୁ ନିଜ ଦାୟିତ୍ବରେ ରଖିବେ। ପରୀକ୍ଷାରେ ଯେପରି ଶତପ୍ରତିଶତ ଉପସ୍ଥାନ ହେବ, ସେ ଦିଗରେ ବି ସ୍କୁଲ କର୍ତ୍ତୃପକ୍ଷ ଗୁରୁତ୍ବ ଦେବାକୁ କୁହାଯାଇଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ଆବଶ୍ୟକତା ଥିବାରୁ ଉତ୍ତର ଖାତାଗୁଡ଼ିକୁ ସୁରକ୍ଷିତ ଭାବେ ସାଇତି ରଖିବାକୁ ପରାମର୍ଶ ଦିଆଯାଇଛି। ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳକୁ ଏଲ୍‌ଆରପି ଡାସ୍‌ବୋର୍ଡରେ ଅପଲୋଡ୍‌ କରିବାକୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି