ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଲକାନଗିରି ସୀମାନ୍ତରେ ପୁଲିସ- ନକ୍ସଲ ଗୁଳିବିନିମୟ: ଜଣେ ନକ୍ସଲ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଲିସ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଛି। ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ୱେବ ଡିଆରଜି ଟିମ ମିରତୁର ଥାନା ଅନ୍ତର୍ଗତ ତିମେନର ଏବଂ ପରୋବଡା ଜଙ୍ଗଲରେ କୁମ୍ବିଂ କରୁଥିବା ବେଳେ ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ।

ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲ ଛାତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ସର୍ଚ୍ଚ ଅପରେସନ କରୁଥିବା ବେଳେ ଜଣେ ନକ୍ସଲର ମୃତଦେହ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଏହି ଘଟଣା ସମ୍ପର୍କରେ ବିଜାପୁର ଏସପି ଅଂଜନେୟ ବୈଷ୍ଣଵ ଉପରୋକ୍ତ ସୂଚନା ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।