ରାଜ୍ୟ ସ୍ପେଶାଲ ରିପୋର୍ଟ

ବଦଳିବ ପାଗ: କଲବଲ କରିବ କୁହୁଡ଼ି; ୩ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରାତିର ସର୍ବନିମ୍ନ ତାପମାତ୍ରାରେ ଉନ୍ନତି ଆସି ନ ଥିବାରୁ ରାଜ୍ୟରେ ଥଣ୍ଡା ଜାରି ରହିଛି। ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରି ରେକର୍ଡ ହୋଇଛି। ଆଗକୁ ଥଣ୍ଡା ସାମାନ୍ୟ କମିପାରେ। ମାତ୍ର ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବାମୁହାଁ ହୋଇ ଓଡ଼ିଶା ଉପରେ କାୟା ବିସ୍ତାର କରିଥିବାରୁ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଶୀତ କମିବ। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ଯୋଗୁଁ ଆଗାମୀ ୩ଦିନ ରାଜ୍ୟର କିଛି ଜିଲ୍ଲାରେ
ଘନକୁହୁଡ଼ିର ସମ୍ଭାବନା ରହିଛି। ଉପକୂଳ ସମେତ ଉପାନ୍ତ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ମଧ୍ୟରେ ରହିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିସନ(ଏସ୍‌ଆରସି)ଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ସତର୍କ କରାଯାଇଛି। ଘନ କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥରେ ପୁଲିସ ଓ ପରିବହନ ଅଧିକାରୀମାନେ ଗାଡ଼ି ପରିଚାଳନା ଉପରେ ଗୁରୁତ୍ବ ଦେବେ। ରାସ୍ତା ଦୁର୍ଘଟଣା ଏଡ଼ାଇବା ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ନିର୍ଦେଶ ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଶୁକ୍ରବାର ସକାଳ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର, ଯାଜପୁର, ଖୋର୍ଧାରେ ଘନ କୁହୁଡ଼ି ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ଅନୁଭୂତ ହେବ। ୧୩ ତାରିଖ ରାତିରୁ ୧୪ ତାରିଖ ସକାଳ ସୁଦ୍ଧା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼ ଓ କନ୍ଧମାଳରେ ଘନ କୁହୁଡ଼ି ହେବାକୁ ଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଗଜପତି, ମୟୂରଭଞ୍ଜରେ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ପରବର୍ତ୍ତୀ ୨୪ ଘଣ୍ଟା ତଥା ୧୫ ତାରିଖ ସକାଳ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, କଟକ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ସାଙ୍ଗକୁ ବୌଦ୍ଧ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ଅଧିକ ରହିଛି। ପରବର୍ତ୍ତୀ ଦୁଇ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ଆକଳନ କରାଯାଇ ନାହିଁ।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଓ ଭୁବନେଶ୍ବର ସମେତ ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହୋଇଛି। ସର୍ବନିମ୍ନ ଦୃଶ୍ୟମାନ ଦୂରତା ଉଭୟ ସହରରେ ୧୦୦ମିଟର ରେକର୍ଡ କରାଯାଇଛି। ଅନୁଗୁଳ ଓ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା। ଉପକୂଳ ଓ ଉତ୍ତର ଅଭ୍ୟନ୍ତରୀଣ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ଏକରୁ ଦୁଇ ଡିଗ୍ରି ବୃଦ୍ଧି ପାଇଛି। ଅନ୍ୟ କୌଣସି ସ୍ଥାନରେ ସେଭଳି କିଛି ପରିବର୍ତ୍ତନ ହୋଇନାହିଁ। ଜି. ଉଦୟଗିରି ବ୍ୟତୀତ ସେମିଳିଗୁଡ଼ାରେ ୬.୪, ଫୁଲବାଣୀରେ ୭, କୋରାପୁଟରେ ୭.୫, ରାଉରକେଲାରେ ୭.୮, କିରେଇରେ ୮, ଦାରିଙ୍ଗବାଡ଼ିରେ ୮.୫, ଝାରସୁଗୁଡ଼ାରେ ୮.୮, ସୁନ୍ଦରଗଡ଼ରେ ୯, ଚିପିଲିମାରେ ୯.୨, ନବରଙ୍ଗପୁରରେ ୯.୪, ରାଣୀତାଲ ଓ ନୟାଗଡ଼ରେ ୧୦ ଡିଗ୍ରି ଲେଖାଏ ରହିଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।