ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜ୍ୟରେ ୧୭ ଓ ୧୮ରେ ବର୍ଷା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ କମ୍‌ ରହିଥିବା ବେଳେ ଶନିବାର ମଧ୍ୟରାତି ଓ ରବିବାର ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ଗତକାଲି ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟଠାରେ ୭.୫ ଡିଗ୍ରି ରେକର୍ଡ ହୋଇଥିଲା। ସେହିପରି ଦାରିଙ୍ଗବାଡ଼ିରେ ୧୦ ଡିଗ୍ରି, କଟକରେ ୧୭.୦ ଡିଗ୍ରି ଓ ଭୁବନେଶ୍ବରରେ ୧୬.୪ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ସମ୍ଭାବନା ନାହିଁ କିମ୍ବା ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ।

ଉପକୂଳ ଓଡ଼ିଶା ଯଥା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ। ୧୭ ତାରିଖ ଆଡ଼କୁ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଆଦି ଜିଲ୍ଲା‌ରେ ୧୭ ତାରିଖ ଦିନ ହାଲୁକା ବର୍ଷା ହେବ। ସେହିଭଳି ୧୮ ତାରିଖ ଦିନ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।