ରାଜ୍ୟ

ହାତୀ ଆକ୍ରମଣରେ ଫରେଷ୍ଟ ଗାର୍ଡ ଗୁରୁତର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ମାଣିଆବନ୍ଧ/ବଡ଼ମ୍ବା: ବଡ଼ମ୍ବା ରେଞ୍ଜ୍‌ ତଥା ବାଣପୁର ବିଟ୍‌ ଅଧୀନ ତରେଇଗଣ୍ଡ ସଂରକ୍ଷିତ ଜଙ୍ଗଲରେ ସୋମବାର ହାତୀ ଆକ୍ରମଣରେ ଜଣେ ମହିଳା ଫରେଷ୍ଟ ଗାର୍ଡ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୋମବାର ପୂର୍ବାହ୍ନ ୧୦ଟାରେ ଫରେଷ୍ଟର୍‌ ଦୀପକ ସେଠୀ, ସ୍କ୍ବାଡ୍‌ ସୁରେନ୍ଦ୍ର ପାଳ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଓ ନଳିନୀ ବେହେରା ଜଙ୍ଗଲରେ ପାଟ୍ରୋଲିଂ କରୁଥିଲେ। ଏତିକିବେଳେ ଗୋଟିଏ ହାତୀ ଅଚାନକ ସେମାନଙ୍କ ସମ୍ମୁଖକୁ ଚାଲି ଆସିଥିଲା। ଭୟଭୀତ ହୋଇ ବନ କର୍ମଚାରୀମାନେ ଦୌଡ଼ି ପଳାଉଥିଲା ବେଳେ ନଳିନୀ (୩୭) ତଳେ ପଡ଼ି ଯାଇଥିଲେ। ଏହାପରେ ହାତୀଟି ତାଙ୍କୁ ଶୁଣ୍ଢରେ ଉଠାଇ କଚି ଦେଇଥିଲା।

ପରେ ଅନ୍ୟ କର୍ମଚାରୀମାନେ ହାତୀକୁ ସେଠାରୁ ଘଉଡ଼ାଇ ନଳିନୀଙ୍କୁ ଉଦ୍ଧାର କରିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ବଡ଼ମ୍ବା ସିଏଚ୍‌ସିରେ ଭର୍ତ୍ତି କରାଯାଇଥିଲା। ତେବେ, ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ନିଆଯାଇଛି। ଆହତ ମହିଳା କର୍ମଚାରୀଙ୍କୁ ୨ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି ବୋଲି ରେଞ୍ଜର୍‌ ସୁବ୍ରତ ବେହେରା ସୂଚନା ଦେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।