ରାଜ୍ୟ ସ୍ପେଶାଲ ରିପୋର୍ଟ

ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଧାନ କିଣା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଧର୍ମଶାଳା: ଧର୍ମଶାଳା ବ୍ଲକରେ ଥିବା ୧୩ ଟି କୃଷି ସମବାୟ ସମିତିରେ ଗତ ସପ୍ତାହରୁ ଧାନମଣ୍ତି ଖୋଲିଗଲାଣି। ପଞ୍ଜୀକୃତ ଚାଷୀ ସେମାନଙ୍କ ଧାନ ଆଣି ମଣ୍ତିରେ ଠୁଳ କରୁଛନ୍ତି। ହେଲେ ଧାନ ନେବାପାଇଁ ମିଲର ଗାଡ଼ି ପଠାଉନାହିଁ। ଦିନଦିନ ଧରି ଚାଷୀମାନେ ଶୀତକାକରରେ ସେମାନଙ୍କ ଧାନକୁ ଜଗିକି ମଣ୍ତିରେ ପଡ଼ିରହିଛନ୍ତି। ଚୋରମୁହାଁ ସମବାୟ ସମିତିର କେତେକ ଚାଷୀ ଗତକାଲି ରାତିରୁ ଧାନ ବିକ୍ରି କରିବାପାଇଁ ମଣ୍ତିକୁ ଆସିଥିଲେ। ସେମାନଙ୍କ ଧାନ ନେବାପାଇଁ ପୂର୍ବାହ୍ଣ ୧୧ଟା ପର୍ଯ୍ୟନ୍ତ ମିଲର ମଣ୍ତିକୁ ଆସି ନଥିଲେ।

ଏହି ସମୟରେ ଧର୍ମଶାଳା ବ୍ଲକ କାର୍ଯ୍ୟାଳୟରେ ଜନଶୁଣାଣି ଶିବିର ଚାଲିଥିବାରୁ ଚାଷୀମାନେ ସେଠାକୁ ଯାଇ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ଭେଟି ସମସ୍ୟା ସଂପର୍କରେ ଜଣାଇଥିଲେ। ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଜିଲ୍ଲା ଯୋଗାଣ ଅଧିକାରୀ ସଲ୍ଲାଉଦ୍ଦିନ୍ ଖାଁ ମଣ୍ତିକୁ ଯାଇ ଚାଷୀଙ୍କୁ ବୁଝାସୁଝା କରି ମିଲରଙ୍କୁ ଡକାଇଥିଲେ। ପରେ ମହାବଳୀ ମିଲ୍‌ କର୍ତ୍ତୃପକ୍ଷ ପହଞ୍ଚି ଧାନ କିଣିଥିଲେ। ଧାନମଣ୍ତଳର ସାଇ ଆଗ୍ରୋ ମିଲ୍ ଚାଷୀମାନଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଥିଲା। ମିଲରଙ୍କ ମନମାନି ଯୋଗୁଁ ଚାଷୀମାନେ ଧାନ ବିକ୍ରି କରିବାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।