ରାଜ୍ୟ ସ୍ପେଶାଲ ରିପୋର୍ଟ

ବ୍ୟାସନଗରରେ ହକି ପାଇଁ ମହୋତ୍ସବ, ଦୁଲୁକିବ ମଞ୍ଚ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଯାଜପୁରଟାଉନ: ବିଶ୍ୱକପ୍ ହକି ଅବସରରେ ଆସନ୍ତା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ବ୍ୟାସନଗର ଚାନ୍ଦମା ପଡ଼ିଆରେ ହକି ମହାକୁମ୍ଭ ଉତ୍ସବ ପାଳନ କରାଯିବ। ଗ୍ରାମୀଣ ଉତ୍ପାଦକୁ ପ୍ରୋତ୍ସାହନ ପାଇଁ ପଲ୍ଲିଶ୍ରୀ ମେଳା ସହ ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ସୂଚନା ଦେଇଛନ୍ତି । ପ୍ରତ୍ୟେକ ଦିନ ସଂଧ୍ୟା ସାଢ଼େ ୬ଟା ଠାରୁ ରାତ୍ର ସାଢ଼େ ୧୦ ଟା ପର୍ଯ୍ୟନ୍ତ ସଂସ୍କୃତି ପ୍ରେମୀଙ୍କ ନିମନ୍ତେ ଭରପୂର ମନୋରଂଜନ କାର୍ଯ୍ୟକ୍ରମ ବ୍ୟବସ୍ଥା କରାଯାଇଛି।

ଉଦ୍‌ଘାଟନୀ ଦିନ ବଲିଉଡ ଗାୟିକା ଅଶିଷ କୌର, ଦ୍ୱିତୀୟ ଦିନ ଓଲିଉଡ୍ ସଂଗୀତ କଳାକାର ଜେମ୍‌ସ୍ ଓ ବଲିଉଡ ତାରକା ଗାୟକ ଷ୍ଟେବିନ୍‌ବେନ୍ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ । ଶେଷ ଦିବସ ‘ମୋକ୍ଷ ଆଧୁନିକ ନୃତ୍ୟ ଦଳ ଏବଂ କଳାକାର ଏଲିନା ସାମନ୍ତରାୟ, ସୁଭାଶିଷ ଏବଂ ଲିପିକାଙ୍କୁ ନେଇ ହକି ବିଷୟବସ୍ତୁ ଉପରେ ନୃତ୍ୟ ପରିବେଷଣ କରାଯିବ। ଏଥିସହ ଓଲିଉଡ କଳାକାର ଅଭିଜିତ୍ ମଜୁମଦାର ଓ ଦଳ ଦ୍ୱାରା ସଂଗୀତ ପରିବେଷଣ କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ରାଠୋର ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।