ରାଜ୍ୟ ସ୍ପେଶାଲ ରିପୋର୍ଟ

ମାସ ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ନଦେଲେ ଦରମା ନାହିଁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମସ୍ତ ସରକାରୀ କର୍ମଚାରୀ ଜାନୁଆରି ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନକଲେ ଫେବ୍ରୁଆରି ମାସର ଦରମା ବନ୍ଦ ହୋଇଯିବ ବୋଲି ଚେତାବନୀ ଦେଇଛନ୍ତି ହସ୍ତତନ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ। ଚିଠିରେ ଶ୍ରୀ ପାଢ଼ୀ ଜଣାଇଛନ୍ତି ଯେ, ଅନ୍‌ଲାଇନ୍‌ରେ ନିର୍ଦ୍ଧାରିତ ଫର୍ମାଟରେ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ସମସ୍ତ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିବେ। ଏହି ନିର୍ଦ୍ଦେଶନାମା ବିଭାଗର କେନ୍ଦ୍ରୀୟ ସେବା ଓ ସର୍ବଭାରତୀୟ ସେବାର ପଦାଧିକାରୀମାନଙ୍କ ନିମନ୍ତେ ମଧ୍ୟ ପ୍ରଯୁଜ୍ୟ ବୋଲି ଡ. ପାଢ଼ୀ ସ୍ପଷ୍ଟ କରିଛନ୍ତି।

ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ଆଚରଣ(ସଂଶୋଧନ) ନିୟମ ୨୦୨୧ ଅନୁସାରେ ସମସ୍ତ କର୍ମଚାରୀ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ କରିବା ବାଧ୍ୟତାମୂଳକ। ପଦୋନ୍ନତି ନିମନ୍ତେ ଏହି ସମ୍ପତ୍ତି ତାଲିକା ଦାଖଲ ମଧ୍ୟ ଜରୁରୀ। ଏଥିପୂର୍ବରୁ କୃଷି ବିଭାଗ କର୍ମଚାରୀମାନଙ୍କୁ ମଧ୍ୟ ଜାନୁଆରି ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ କହିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।