ରାଜ୍ୟ ସ୍ପେଶାଲ ରିପୋର୍ଟ

ଗୁରୁଚାପ ପ୍ରଭାବ, ଜାରି ରହିବ ଘନ କୁହୁଡ଼ି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ଯୋଗୁଁ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ବିଶେଷ ହ୍ରାସ ହେବାର ସମ୍ଭାବନା ନାହିଁ। ଆସନ୍ତା ୪ଦିନ ମଧ୍ୟ ଏମିତି ସ୍ଥିତି ଜାରି ରହିବ। କିନ୍ତୁ ଗୁରୁଚାପ ପ୍ରଭାବରେ ଆସନ୍ତାକାଲିକୁ ମିଶାଇ ୨ ଦିନ ରାଜ୍ୟରେ ଘନ କୁହୁଡ଼ି ଦେଖାଯିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। କୋରାପୁଟଠାରେ ଗତକାଲି ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରି ରେକର୍ଡ ହୋଇଥିଲା। ସେହିପରି ବାଲେଶ୍ବରରେ ୧୪.୭ଡିଗ୍ରି ଓ କିରେଇରେ ସର୍ବନିମ୍ନ ୧୪.୫ ଡିଗ୍ରି, କଟକରେ ୧୭.୫ ଡିଗ୍ରି ଓ ଭୁବନେଶ୍ବରରେ ୧୮ ଡିଗ୍ରି ରେକର୍ଡ ହୋଇଥିଲା।

ଅପରପକ୍ଷେ ନୟାଗଡ଼, କଟକ, ଅନୁଗୁଳ, ଫୁଲବାଣୀ ଓ ବଲାଙ୍ଗୀର ଜିଲ୍ଲାରେ ଗତ ରାତି ଓ ଆଜି ସକାଳେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ନୟାଗଡ଼ରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୭୫ ମିଟର, କଟକ, ଅନୁଗୁଳ ଓ ଫୁଲବାଣୀରେ ୧୦୦ ମିଟର ଏବଂ ବଲାଙ୍ଗୀରରେ ୧୫୦ ମିଟର ରହିଥିଲା। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲା‌ରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଏଣୁ ଏହି ୧୧ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୨୧ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନ ଯଥା ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ ଆଦି ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।