ଅପରାଧ ରାଜ୍ୟ

ପୋଲ ତଳକୁ ଖସିଲା ବସ୍‌; ୨ ମୃତ, ବହୁ ଆହତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଢେଙ୍କାନାଳ: ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡା ଜିଲ୍ଲାର ଇଚ୍ଛାପୁରକୁ ଯାଉଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ୫୫ ନମ୍ବର ଜାତୀୟ ରାଜପଥର ସିମିନଈ ପଞ୍ଚୁବଟି ନିକଟରେ ଭାରସାମ୍ୟ ହରାଇ ହଠାତ୍‌ ପୋଲ ତଳକୁ ଖସି ପଡିଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଯୋଗ୍ୟ ଯେ, ବସ୍‌ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଢେଙ୍କାନାଳରୁ କେନ୍ଦ୍ରାପଡା ଜିଲ୍ଲାର ଇଚ୍ଛାପୁରକୁ ଯାଉଥିଲା। ବସ୍‌ଟି ଯାଉଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥର ସିମିନଈ ପଞ୍ଚୁବଟି ନିକଟରେ ଭାରସାମ୍ୟ ହରାଇ ପୋଲ ଉପରୁ ତଳକୁ ଖସିପଡିଥିଲା। ଘଟଣାସ୍ଥଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ବହୁ ସଂଖ୍ୟାରେ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆହତମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ମୃତ ଦୁଇ ମହିଳାଙ୍କ ପରିଚୟ ମିଳିଛି। ସେମାନେ ହେଲେ ରେଣୁବାଳା ଜେନା ଓ ବିଜୟଲକ୍ଷ୍ମୀ ସ୍ୱାଇଁ। ସେମାନଙ୍କ ଗ୍ରାମ କେନ୍ଦ୍ରାପଡ଼ା ଜିଲ୍ଲାର ଇଚ୍ଛାପୁରରେ। ସମସ୍ତେ ହରିଶଙ୍କରରୁ ପିକିନିକ ସାରି ଫେରୁଥିଲେ।

ଆଜି ଭୋର ପ୍ରାୟ ଘ ୩ ୩୦ ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଦୁଇଜଣ ମହିଳାଙ୍କ ଜୀବନ ଅକାଳରେ ଚାଲିଯାଇଥିବା ବେଳେ ପ୍ରାୟ ୩୮ ଜଣ ଯାତ୍ରୀ ଗୁରୁତର ଆହତ ହୋଇ ଢେଙ୍କାନାଳ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଖବର ନେବାରେ ଜଣାଗଲା ଯେ କେନ୍ଦ୍ରାପଡ଼ା ଅଞ୍ଚଳର ୪୦ ଜଣ ଯାତ୍ରୀ ବୁଲିବାକୁ ବଲାଙ୍ଗୀର ଜିଲ୍ଲାର ହରିଶଙ୍କର ଓ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଗତ ୨୦ ତାରିଖ ଶୁକ୍ରବାର ଦିନ ଯାଇ ଆଜି କେନ୍ଦ୍ରାପଡ଼ା ଫେରିବା ସମୟରେ ୫୫ ନଂ ଜାତୀୟ ରାଜପଥ ପଞ୍ଚୁପଟି ନିକଟରେ ଥିବା ରେଙ୍ଗାଳି ବାମ ପାର୍ଶ୍ଵ କେନାଲ ରେ ବସ୍ ଟି ଭାରସାମ୍ୟ ହରାଇ କେନାଲ ମଧ୍ୟକୁ ଗଳି ପଡ଼ିବାରୁ ବସରେ ଥିବା ସମସ୍ତ ଯାତ୍ରୀ ଆହତ ହୋଇ ଢେଙ୍କାନାଳ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ, ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।