ରାଜ୍ୟ

ନବ ଦାସଙ୍କୁ ଗୁଳିମାଡ଼ ଘଟଣା: ଏତଲା ଦେଲେ ବ୍ରଜରାଜନଗର ଥାନା ଅଧିକାରୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବ୍ରଜରାଜନଗର: ନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି। କେସ୍ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍ ଆକ୍ଟ (୨୭) ୧ ରେ ମାମଲା ରୁଜୁ ହୋଇଥିବା ସୂଚନା ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଗୁଳି ମାରିଥିବା ଗୋପାଳ ଦାସଙ୍କୁ ଗତକାଲି ଟ୍ରାଫିକ କ୍ଲିଅରାନ୍ସ ଡିଉଟି ଦିଆଯାଇଥିଲା। ନବ ଦାସଙ୍କ ଗସ୍ତ ପାଇଁ ଅନ୍ୟ ପୁଲିସ ଅଧିକାରୀଙ୍କୁ ମଧ୍ୟ ଦିଆ ଯାଇଥିଲା ଭିନ୍ନ ଭିନ୍ନ ଡିଉଟି। ନବ ଦାସ ୧୨ଟା ୧୫ ମିନିଟ୍ ପାଖାପାଖି ସେହି ସ୍ଥାନରେ ପହଞ୍ଚିବା ପରେ ଗୋପାଳ ନିଜ ଡିଉଟି ଛାଡ଼ି ତାଙ୍କ ନିକଟକୁ ଯାଇ ଗୁଳି ମାରିଥିଲେ।

ନବଙ୍କୁ ଗୁଳି ମାରିବା ପରେ ତାଙ୍କୁ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ ରାମପୁର ପୁଲିସ ଆଉଟ ପୋଷ୍ଟ କନେଷ୍ଟବଳ କେ ସି ପ୍ରଧାନ କାବୁ କରିବାକୁ ଚେଷ୍ଟା କରିଥିଲେ। ସେହି ସମୟରେ ଗୋପାଳ ଆଉ ଦୁଇ ରାଉଣ୍ଡ ଫାୟାରିଂ କରିଥିଲା। ଆଉ ଦୁଇ ରାଉଣ୍ଡ ଫାୟାରିଂରେ କଳିଙ୍ଗ ନଗର ବାସିନ୍ଦା ଜୀବନଲାଲ ନାୟକ ନାମକ ଜଣେ ବ୍ୟକ୍ତି ଆହତ ହୋଇଥିବା ବେଳେ ଆଇଆଇସିଙ୍କ ଆଙ୍ଗୁଳିରେ ଗୁଳି ଲାଗିଥିଲା।

ଏନେଇ ଗୋପାଳ ଦାସଙ୍କ ନାଁରେ ବ୍ରଜରାଜନଗର ଥାନାରେ ଆଇଆଇସିଙ୍କ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ ହୋଇଛି
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।