ରାଜ୍ୟ

ନବ ଦାସ ହତ୍ୟା ଘଟଣା: ‌‌ଗୋପାଳର ଘରେ କ୍ରାଇମବ୍ରାଞ୍ଚ ଟିମ୍‌, ପତ୍ନୀ ଓ ପୁତୁରାଙ୍କୁ କରୁଛନ୍ତି ପଚରାଉଚରା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବ୍ରହ୍ମପୁର/ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏହାରି ମଧ୍ୟରେ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଂଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ ଟିମ୍‌ ପଚରାଉଚରା କରୁଛି। କ୍ରାଇମବ୍ରାଞ୍ଚ ଟିମ୍‌ ପୂର୍ବରୁ ଗୋପାଳର ଭାଇଙ୍କୁ ପଚରାଉଚରା କରିଥିଲେ।

ସୂଚନାଯୋଗ୍ୟ, ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସକୁ ୪ ଦିନିଆ ରିମାଣ୍ଡରେ ନେଇଛି। ଏହି ରିମାଣ୍ଡ ଅବଧି ଆଜି ସରିବ। କ୍ରାଇମବ୍ରାଞ୍ଚ ପୁଣି ତାଙ୍କୁ ରିମାଣ୍ଡରେ ନେବ କି ନାହିଁ ସ୍ପଷ୍ଟ ସୂଚନା ମିଳିପାରିନାହିଁ । କ୍ରାଇମବ୍ରାଞ୍ଚ ଗତ ୧ ତାରିଖରୁ ଗୋପାଳଙ୍କୁ ରିମାଣ୍ଡରେ ଆଣି ତନାଘନା କରୁଛି। ରିମାଣ୍ଡ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଯାଏଁ ହତ୍ୟାର କାରଣ କ’ଣ ତାହା ଜଣାପଡ଼ିନାହିଁ । ଅଧିକ ତଦନ୍ତ ପାଇଁ ପୁଣି ଥରେ ଗୋପାଳ ଦାସଙ୍କୁ ରିମାଣ୍ଡରେ ଆଣିପାରେ କ୍ରାଇମବ୍ରାଞ୍ଚ । ସେହିପରି ଗୋପାଳ ଦାସଙ୍କୁ କ୍ରାଇମସ୍ପଟକୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ କରିପାରେ କ୍ରାଇମବ୍ରାଞ୍ଚ । ଗୋପାଳଙ୍କ ଲିଙ୍କରେ ଯେଉଁମାନେ ରହିଛନ୍ତି ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉଛି।

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତମାସ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେ ସେହି କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚି ମଂଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକତ ଏଏଏସ୍‌ଆଇ ଗୋପାଳକୃଷ୍ଣଙ୍କୁ ପୁଲିସ ଗିରଫ କରିଛି। ଘଟଣାର ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚ ଏପର୍ଯ୍ୟନ୍ତ ୩ଟି ଟିମ୍‌ ଗଠନ କରିଛି। ଏହାରି ମଧ୍ୟରେ ଝାରସୁଗୁଡ଼ା ଏସ୍‌ପି ରାହୁଲ ଜୈନ ଓ ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ମୁଖ୍ୟ ପୁଲିସ କାର୍ଯ୍ୟାଳୟକୁ ବଦଳି ହୋଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।