ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରାତିରେ ପ୍ରବଳ ଶୀତ ଓ ଦିନରେ ପ୍ରଚଣ୍ଡ ଖରା। ଗତରାତିରେ ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ଶୀତ ଲହରି ପ୍ରବାହିତ ହୋଇଥିଲା। ସେଠାରେ ଦିନର ତାପମାତ୍ରା ଅଧିକ ରହିବା ସହ ଖରା ଟାଣ ହେଉଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଘୁ. ଉଦୟଗିରିରେ ୩.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୬ ଡିଗ୍ରି ରହିଥିଲା। ସେହିଭଳି ଭୁବନେଶ୍ବରର ରାତି ତାପମାତ୍ରା ୧୪ ଡିଗ୍ରି ଓ କଟକରେ ୧୪.୮ ଡିଗ୍ରି ରହିଥିଲା। ଏଥିସହ ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧଠାରେ ୩୪ ଡିଗ୍ରି ରେକର୍ଡ ହୋଇଯାଇଛି।

ଆଜି ରାତିରୁ ରାଜ୍ୟର ପାରଦସ୍ତରରେ ବୃଦ୍ଧି ଦେଖାଯିବ। ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଫଳରେ ରାଜ୍ୟରେ ଧୀରେଧୀରେ ଶୀତ କମିବ। ଆଜି ସକାଳୁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିପାରେ। ୭ ତାରିଖ ଆଡ଼କୁ କୁହୁଡ଼ିର ମାତ୍ରା ବଢ଼ିବ। ସମଗ୍ର ଉପକୂଳ ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଖରାଟିଆ ରହିବ। ଦିନରେ ଟାଣ ଖରା ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୧୫ଡିଗ୍ରି ମଧ୍ୟରେ ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l