ରାଜ୍ୟ ସ୍ପେଶାଲ ରିପୋର୍ଟ

ସି‌ସୋର୍‌ ଚିଟ୍‌ଫଣ୍ଡ ମାମଲା: ପୂର୍ବତନ ସା˚ସଦ ରବୀନ୍ଦ୍ର ଜେନାଙ୍କ ଆବେଦନ ହାଇକୋର୍ଟରେ ଖାରଜ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ବାଲେଶ୍ବରର ପୂର୍ବତନ ସା˚ସଦ ରବୀନ୍ଦ୍ର କୁମାର ଜେନାଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ସିସୋର ଚିଟ୍‌ଫଣ୍ଡ ଘଟଣାକୁ ନେଇ ତାଙ୍କ ବିରୋଧରେ ଭୁବନେଶ୍ବର ସ୍ବତନ୍ତ୍ର ସିବିଆଇ ଅଦାଲତରେ ବିଚାରାଧୀନ ମାମଲା ରଦ୍ଦ ପାଇଁ ଶ୍ରୀ ଜେନା ଦାୟର କରିଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ଶ୍ରୀ ଜେନାଙ୍କ ଆବେଦନକୁ ଖାରଜ କରିଛନ୍ତି। ହାଇକୋର୍ଟଙ୍କ ରାୟ ପରେ ଶ୍ରୀ ଜେନାଙ୍କ ବିରୋଧରେ ନିମ୍ନ ଅଦାଲତରେ ସିବିଆଇ ମାମଲାର ଶୁଣାଣି ଚାଲିବ ବୋଲି ସ୍ପଷ୍ଟ ହୋଇଛି।

ସିସୋର୍‌ ଚିଟ୍‌ଫଣ୍ଡ ମାମଲାରେ ୨୦୧୭ ଜାନୁଆରି ୧୨ ତାରିଖ ଦିନ ସିବିଆଇ ନିକଟରେ ହାଜର ହେବା ପାଇଁ ଶ୍ରୀ ଜେନାଙ୍କୁ ନୋଟିସ ଜାରି କରାଯାଇଥିଲା। ସେହିଦିନ ସକାଳୁ ସିବିଆଇ ଟିମ୍‌ ଶ୍ରୀ ଜେନାଙ୍କ ବାଲେଶ୍ବର ମାନସି˚ହ ବଜାର ଘର, ଓଟି ରୋଡରେ ଥିବା ଘର, କାର୍ଯ୍ୟାଳୟ ଓ ତାଙ୍କ ତିନି ଘନିଷ୍ଠ ସହଯୋଗୀଙ୍କ ଘର ଓ କାର୍ଯ୍ୟାଳୟରେ ଚଢଉ କରିଥିଲା। ସିସୋର ସହିତ ହୋଇଥିବା କାରବାର ସ˚ପର୍କରେ ସେ ସନ୍ତୋଷଜନକ ଉତ୍ତର ସିବିଆଇକୁ ଦେଇ ପାରିନଥିଲେ ବୋଲି ସେତେବେଳେ ଚର୍ଚ୍ଚା ହୋଇଥିଲା। ସିସୋର ସହିତ ହୋଇଥିବା କାରବାର ସ˚ପର୍କରେ ପୂର୍ବରୁ ସେ ସିବିଆଇ ଜେରାର ସମ୍ମୁଖୀନ ହୋଇଥିଲେ। ଏହାପରେ ଶ୍ରୀ ଜେନା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଦାୟର କରିଥିଲେ। ୨୦୧୯ ଜାନୁଆରି ୨୯ରେ ଶ୍ରୀ ଜେନାଙ୍କୁ ହାଇକୋର୍ଟ ଆଗୁଆ ଜାମିନ ମଞ୍ଜୁର କରିଥିଲେ। ଅନ୍ୟପକ୍ଷରେ ଶ୍ରୀ ଜେନାଙ୍କ ବିରୋଧରେ ସିବିଆଇ ଅଦାଲତରେ ଚାର୍ଜସିଟ ଦାଖଲ କରିଥିଲା। ସିସୋର ମାମଲାରେ ଶ୍ରୀ ଜେନାଙ୍କ ସଂପୃକ୍ତି ନେଇ ପ୍ରମାଣ ରହିଥିବା ସିବିଆଇ ଚାର୍ଜସିଟରେ ଦର୍ଶାଇଥିଲା। ଏହାପରେ ୨୦୨୨ରେ ଶ୍ରୀ ଜେନା ନିମ୍ନ ଅଦାଲତରେ ବିଚାରାଧୀନ ସିବିଆଇ ମାମଲା ରଦ୍ଦ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସିବିଆଇ ତରଫରୁ ଆଇନଜୀବୀ ସାର୍ଥକ ନାୟକ ମାମଲା ପରିଚାଳନା କରୁଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।