ରାଜ୍ୟ ସ୍ପେଶାଲ ରିପୋର୍ଟ

ଧର୍ମେନ୍ଦ୍ରଙ୍କୁ ଭେଟିଲେ ସୁମନୀ ଝୋଡ଼ିଆ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ରାୟଗଡ଼ା : ଝୋଡ଼ିଆଙ୍କୁ ଆଦିବାସୀ ମାନ୍ୟତା ଦାବିରେ ପଲ୍ଲୀରୁ ଆରମ୍ଭ ହୋଇଥିବା ଆନ୍ଦୋଳନ ଦିଲ୍ଲୀରେ ପହଞ୍ଚିଛି। ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଝୋଡ଼ିଆ ସମାଜ ମୁଖ୍ୟ ସୁମନୀ ଝୋଡ଼ିଆଙ୍କ ନେତୃତ୍ବରେ ୭ ଜଣିଆ ଟିମ୍ ଆଜି ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମାନ୍ୟତା ପ୍ରଦାନରେ ଅବହେଳା ଯୋଗୁ ଝୋଡ଼ିଆ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏ ଦିଗରେ ପଦକ୍ଷେପ ନେବାକୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଏବଂ ଆଦିବାସୀ ମନ୍ତ୍ରାଳୟ ସହ ଆଲୋଚନା କରି ଏ ଦିଗରେ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସାକ୍ଷାତ କରି ଏ ସଂପର୍କରେ ଆଲୋଚନା କରିବାକୁ ଝୋଡ଼ିଆ ସମାଜ ନିଷ୍ପତ୍ତି ନେଇଛି। ଏଥିସହିତ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି କମିସନରଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ବିଧାୟକ ମକରନ୍ଦ ମୁଦୁଲି ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗୁରୁନାଥ ଝୋଡ଼ିଆ, ହୁତାସନ ଝୋଡ଼ିଆ, ଘାସେନ ଝୋଡ଼ିଆ ଏହି ପ୍ରତିନିଧି ଦଳରେ ସାମିଲ୍‌ ହୋଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।