ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରୁ ଶୀତ ଉଭେଇଯିବ। ଭୁବନେଶ୍ବର ସମେତ ଆଖପାଖ ଅଞ୍ଚଳରେ ରାତି ତାପମାତ୍ରାରେ ବୃଦ୍ଧି ଦେଖାଯିବ। ପାରଦ ୧୯ ଡିଗ୍ରିକୁ ଛୁଇଁବ। ଏହାସହ ୬ଟି ଜିଲ୍ଲା ଯଥା ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ ଓ ଜଗତସିଂହପୁରରେ ଘନ କୁହୁଡ଼ି ଦେଖାଯିବ। ଏଣୁ ଏହି ୬ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ରାଜ୍ୟର ବାକି ଅଞ୍ଚଳରେ ବି ସକାଳୁ ପାଗ କୁହୁଡ଼ିଆ ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଗୁରୁବାର ଦିନ କଟକ, ଜଗତ୍ସିଂହପୁର, ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଖୋର୍ଧାରେ ସକାଳୁ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା।
ଅପରପକ୍ଷେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା କ୍ରମାଗତ ଭାବେ ବଢ଼ି ଚାଲିଛି। ଗୁରୁବାର ଦିନ ଘୁ. ଉଦୟଗିରିଠାରେ ସର୍ବନିମ୍ନ ୮ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଫୁଲବାଣୀ ଓ କିରେଇରେ ବି ରାତି ତାପମାତ୍ରା ୧୦ ଡିଗ୍ରି ରେକର୍ଡ ହୋଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l