ରାଜ୍ୟ ସ୍ପେଶାଲ ରିପୋର୍ଟ

ଜେଇଇ ମେନ୍‌ରେ ଆଦର୍ଶ ବିଦ୍ୟାଳୟର ସଫଳତା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଯୁଗ୍ମ ପ୍ରବେଶିକ ପରୀକ୍ଷା(ଜେଇଇ ମେନ୍‌)ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ୩୫ ଛାତ୍ରଛାତ୍ରୀ ୮୦ ପର୍ସେଣ୍ଟାଇଲ୍‌ରୁ ଅଧିକ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ବେଳେ ୧୪ ଛାତ୍ରଛାତ୍ରୀ ୯୦ ପର୍ସେଣ୍ଟାଇଲ୍‌ରୁ ଅଧିକ ରଖିଛନ୍ତି। ଗତବର୍ଷ ତୁଳନାରେ ଚଳିତବର୍ଷ ପରୀକ୍ଷା ଫଳ ଖୁବ୍‌ ଉତ୍ସାହଜନକ ବୋଲି ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଜଣାଇଛନ୍ତି।

୨୦୨୨ରେ ୧୨ଜଣ ଛାତ୍ରଛାତ୍ରୀ ୮୦ ପର୍ସେଣ୍ଟାଇଲ୍‌ରୁ ଅଧିକ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ବେଳେ ୬ଜଣ ୯୦ ପର୍ସେଣ୍ଟାଇଲ୍‌ରୁ ଅଧିକ ମାର୍କ ରଖିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ବ୍ୟକ୍ତ କରିବା ସହ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ/ଶିକ୍ଷୟିତ୍ରୀ ଓ ପରିଚାଳକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷାର ବିକାଶ ସହ ମେଧାବୀ ଛାତ୍ରଛାତ୍ରୀଙ୍କ ଦକ୍ଷତାକୁ ଦ୍ୱିଗୁଣିତ କରିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।