ଅପରାଧ ରାଜ୍ୟ

ଗଞ୍ଜେଇ ଗାଡ଼ିରୁ ବୋମା ଜବତ, ବୋମା ନିଷ୍କ୍ରିୟକାରୀ ଟିମର ଖୋଳତାଡ଼

 

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଠେଲକୋଲୋଇ ଥାନା ଖିଣ୍ଡା ନିକଟରୁ ଏକ ଗଞ୍ଜେଇ ବୋଝେଇ କାରରୁ ବୋମା ଜବତ ହୋଇଛି। ଠେଲକୋଲୋଇ ଥାନା ପୁଲିସ ସୋମବାର ଭୋର୍ ସମୟରେ ପାଟ୍ରୋଲିଂ କରୁଥିବା ବେଳେ ଏହି ଗାଡ଼ି (ଓଆର୍ ୦୨ ବିଆର୍ ୭୦୭୦)କୁ ଜବତ କରିଥିଲା। ପୁଲିସ ଗାଡ଼ି ଦେଖି ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲେ। ଗାଡ଼ିର ଚକା ଲିକ୍ ହୋଇଯିବାରୁ ଦୁର୍ବୃତ୍ତମାନେ ନୂଆ ଚକା ଲଗାଇବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ଟିମ୍ ପହଞ୍ଚିଥିଲା

ଗାଡ଼ିକୁ ଯାଞ୍ଚ କରିବା ପରେ ସେଥିରେ ଗଞ୍ଜେଇ ସହ ୩-୪ଟି ବୋମା ମିଳିଥିବା ଠେଲକୋଲୋଇ ଥାନା ଅଧିକାରୀ ସୂଚନା ଦେଇଛନ୍ତି। ବୋମା ନିଷ୍କ୍ରିୟକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ସନ୍ଧାନୀ କୁକୁର ମଧ୍ୟ ଘଟଣାସ୍ଥଳରେ ଥିବା ଜଣାଯାଇଛି। ତେବେ କେତେ ପରିମାଣର ଗଞ୍ଜେଇ  ଜବତ କରାଯାଇଛି, ସେନେଇ କୌଣସି ସୂଚନା ମିଳିନାହିଁ। ଏଣେ ଉଭୟ ପାର୍ଶ୍ବରୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।