ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ଘରୋଇ ସ୍କୁଲରେ ପଢ଼ିବେ ଗରିବ ପିଲା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଘରୋଇ ଓଡ଼ିଆ/ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଢ଼ିପାରିବେ ଗରିବ ପିଲା। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପାରଦର୍ଶୀ ପୋର୍ଟାଲ www.rteparadarshi.odisha.gov.in ଖୋଲାଯାଇଛି। ଆଗ୍ରହୀ ଯୋଗ୍ୟ ଅଭିଭାବକ ସେମାନଙ୍କ ପିଲାଙ୍କ ନାମଲେଖା ଲାଗି ଫେବ୍ରୁଆରି ୧୩ରୁ ମାର୍ଚ୍ଚ ୧୬ ମଧ୍ୟରେ ଆବେଦନ କରିପାରିବେ। ମାର୍ଚ୍ଚ ୨୦ ସୁଦ୍ଧା ଆବେଦନପତ୍ର ଯାଞ୍ଚ ସରିବ। ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହେବା ପରେ ଖାଲିଥିବା ସିଟ୍‌ରେ ନାମଲେଖା ଲାଗି ଦ୍ବିତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ।

ଏପ୍ରିଲ ୧୦ରୁ ୨୪ ମଧ୍ୟରେ ଯୋଗ୍ୟ ଛାତ୍ରଛାତ୍ରୀ ଆବେଦନ କରିପାରିବେ ଏବଂ ୨୬ ତାରିଖ ସୁଦ୍ଧା ଯାଞ୍ଚ ପ୍ରକ୍ରିୟା ଶେଷ ହେବ। ଯେଉଁମାନେ ଆବେଦନ କରିବେ ସେମାନେ ସଙ୍ଗେ ସଙ୍ଗେ ଆବେଦନପତ୍ର ଓ ପରିଚୟପତ୍ରଗୁଡ଼ିକୁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦାଖଲ କରିବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି।

୨୦୨୩-୨୪ ଶିକ୍ଷାବର୍ଷରେ ଶିକ୍ଷା ଅଧିକାର ଆଇନ ୨୦୦୯ ଅନୁଯାୟୀ ସାମାଜିକ ଓ ଆର୍ଥିକ ଅନଗ୍ରସର ଶ୍ରେଣୀର ପିଲାଙ୍କ ପାଇଁ ପ୍ରତ୍ୟେକ ବେସରକାରୀ ବିଦ୍ୟାଳୟର ନର୍ସରି/ଏଲ୍‌କେଜି/ପ୍ରଥମ ଶ୍ରେଣୀ ପାଇଁ ୨୫% ସିଟ୍‌ ସଂରକ୍ଷଣ ରହିଛି। ରାଜ୍ୟର ଆର୍ଥିକ ଅନଗ୍ରସର ଶ୍ରେଣୀର ସମସ୍ତ ଅଭିଭାବକ ଏହାର ସୁଯୋଗ ନେବାକୁ ମହାସଂଘ ସଭାପତି ବାସୁଦେବ ଭଟ୍ଟ ଆହ୍ବାନ ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।