ଅପରାଧ ରାଜ୍ୟ

ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କଲେ ପଡ଼ୋଶୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୟାଗଡ଼: ପଡ଼ୋଶୀ ଠେଙ୍ଗାରେ ପିଟିପିଟି ଜଣେ ଯୁବକଙ୍କୁ ହତ୍ୟା କରିଥିବାର ଖବର ମିଳିଛି। ଏହି ଘଟଣାରେ ମୃତକର ସାନଭାଇ ଆହତ ହୋଇଛି। ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଧୀନ କାଦୁଆପଡ଼ା ଗାଁରେ।

ସୂଚନା ଅନୁଯାୟୀ, କାଦୁଆପଡ଼ା ଗାଁର ଶରତ କୁମାର ପଣ୍ଡା ଓ ଗୋବିନ୍ଦ ପ୍ରଧାନ ଦୁହେଁ ପଡ଼ୋଶୀ। ଉଭୟ ଲୁହା କବାଡ଼ିଆ ବେପାର କରନ୍ତି। ଗତକାଲି ବିଳମ୍ବିତ ରାତିରେ ଉଭୟଙ୍କ ଭିତରେ ବ୍ୟାବସାୟିକ କାରଣରୁ ଝଗଡ଼ା ହୋଇଥିଲା। ଏହାପରେ ଗୋବିନ୍ଦ ପ୍ରଧାନ ଠେଙ୍ଗାରେ ଶରତ କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିଲେ। ବଡ଼ଭାଇକୁ ରକ୍ଷା କରିବାକୁ ଯାଇଥିଲେ ସାନଭାଇ ବସନ୍ତ କୁମାର ପଣ୍ଡା।

ସେଠାରୁ ଗୁରୁତର ଅବସ୍ଥାରେ ଶରତ କୁମାର ପଣ୍ଡା(୨୭)ଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଣେ ସାନଭାଇ ବସନ୍ତ କୁମାର ପଣ୍ଡା ଆହତ ହୋଇଥିଲେ। ଏନେଇ ଫତେଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଛି। ତେବେ ରିପୋର୍ଟ ପ୍ରସ୍ତୁତ ହେବା ଯାଏ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାଯାଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।