ରାଜନୀତି ରାଜ୍ୟ

ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ: ରାଜ୍ୟପାଳଙ୍କ ଅଭିଭାଷଣକୁ ବର୍ଜନ କଲେ ବିରୋଧୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା। ବିଧାନସଭାରେ ସର୍ବପ୍ରଥମେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ଅଭିଭାଷଣ ରଖିଛନ୍ତି। ଗୃହରେ ରାଜ୍ୟପାଳ ଦିବଙ୍ଗତ ନେତାମାନଙ୍କର ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ସୁଚାରୁ ରୂପେ ବିଶ୍ବକପ୍ ହକିର ଆୟୋଜନ କରିଥିବା ନେଇ ବି କହିଛନ୍ତି ରାଜ୍ୟପାଳ। ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସଫଳତା କଥା ବି କହିଛନ୍ତି। ରାଜ୍ୟପାଳ କହିଛନ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚିକିତ୍ସା କ୍ଷେତ୍ରରେ ସହାୟକ ହେଉଛି। ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାର ଅଭୂତପୂର୍ବ ଅଗ୍ରଗତି ହୋଇଛି। କ୍ୟାନସର ରୋଗୀଙ୍କୁ ମିଳିବ ମାଗଣାରେ ପିଇଟି-ସିଟି ସ୍କାନ ସୁବିଧା। ନୂଆ ଡାକ୍ତର ଓ ପାରାମେଡିକାଲ ପଦବୀ ସୃଷ୍ଟି କରାଯିବ।ମେକ୍ ଇନ୍ ଓଡ଼ିଶା କନକ୍ଲେଭର ସଫଳତା ବି ବଖାଣିଛନ୍ତି। ଓଡ଼ିଶା ଏବେ ଖାଦ୍ୟଶସ୍ୟ ଉତ୍ପାଦନରେ ବଳକା ରାଜ୍ୟ, ଧାନ ଉତ୍ପାଦନରେ ଓଡ଼ିଶା ଏବେ ସର୍ବାଗ୍ରେ ରହିଛି। ଶିଳ୍ପ କ୍ଷେତ୍ରରେ ପୂର୍ବ ଭାରତରେ ଓଡ଼ିଶା ଆଗୁଆ । ୫ଟି ଓ ମୋ ସରକାର ଶାସନ ବ୍ୟବସ୍ଥାକୁ ସୁଦୃଢ କରିଛି ବୋଲି ସେ କହିଛନ୍ତି।

ତେବେ ରାଜ୍ୟପାଳଙ୍କ ଅଭିଭାଷଣକୁ ବିଜେପି ବର୍ଜନ କରିଛି। ଦୂର ସଦସ୍ୟମାନେ କକ୍ଷତ୍ୟାଗ କରି ବିଧାନସଭା କକ୍ଷପଥରେ ହାତରେ ପ୍ଲାକାର୍ଡ ଧରି ଧାରଣା ଦେଇଛନ୍ତି। ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଆମେ ସିବିଆଇ ତଦନ୍ତ ଦାବି କରିଥିଲୁ, ହେଲେ ସରକାର ଏଥିପ୍ରତି କର୍ଣ୍ଣପାତ କରିନାହାନ୍ତି। ରାଜ୍ୟପାଳଙ୍କ ମୁହଁରେ ସରକାର ମିଛ କୁହାଉଥିବାରୁ ଆମେ କକ୍ଷତ୍ୟାଗ କରିଛୁ।

ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭ ହେବା ମାତ୍ରେ କଂଗ୍ରେସ ସଦସ୍ୟମାନେ ପୋଡିୟମ ତଳେ ଛିଡ଼ା ହୋଇ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତକୁ ନେଇ ପ୍ରତିବାଦ କରିବା ସହ ହଟ୍ଟଗୋଳ କରୁଥିବାର ଦେଖିବାକୁ ମିଳିଥିଲା। ନବ ଦାସ ହତ୍ୟାକାଣ୍ଡର ପର୍ଦାଫାସ କରା ନ ଯିବା ଓ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ବୋଲି ଦର୍ଶାଇ ପ୍ରଥମେ କଂଗ୍ରେସ ଦଳ ନେତା ନରସିଂହ ମିଶ୍ର ନିଜ ସ୍ଥାନରେ ଠିଆ ହୋଇ ପ୍ରତିବାଦ ଜଣାଇଥିଲେ। ଠିକ୍ ସେହିପରି କଂଗ୍ରେସ ସଦସ୍ୟମାନେ ବି କକ୍ଷତ୍ୟାଗ କରିଛନ୍ତି।
ଏଣେ ବିଧାନସଭା ଆରମ୍ଭ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ଗୃହରେ ବିରୋଧୀଙ୍କୁ କାଉଣ୍ଟର ପାଇଁ ରଣନୀତି ପ୍ରସ୍ତୁତ ହୋଇଥିଲା।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର