ରାଜ୍ୟ

ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ : ରାଜ୍ୟ ସରକାରଙ୍କ ବିଫଳତାକୁ ସାମ୍ନାକୁ ଆଣାଯିବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପୁରୀ : ୨୦୨୪ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ବିଭିନ୍ନ କ୍ଷେତ୍ରରେ ବିଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ବିଜେପିର ବରିଷ୍ଠ ନେତାମାନେ ଦଳୀୟ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଆଜି ଏଠାରେ ଅନୁଷ୍ଠିତ ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏହି ଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୁରୀ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ ଏହି ବୈଠକର ଆରମ୍ଭରୁ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ପୁଲିସ ବିଭାଗରେ ନିଯୁକ୍ତିକୁ ନେଇ ଆଲୋଚନା ହୋଇଥିଲା। ଦଳୀୟ କର୍ମକର୍ତ୍ତାମାନେ କହିଥିଲେ, ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଓଡ଼ିଶାରେ ୪୫୦ କିମି ସୁଦୀର୍ଘ ବେଳାଭୂମି ସହ ଅରଣ୍ୟ, ମନ୍ଦିର, ପର୍ବତ ଆଦି ଥିବାବେଳେ ପର୍ଯ୍ୟଟନ ଶିଳ୍ପ ସ୍ଥାଣୁ ପାଲଟିଛି। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟୀକରଣ ନାମରେ ଐତିହ୍ୟ, ସଂସ୍କୃତିକୁ କୁଠାରାଘାତ କରାଯାଉଛି।

ବୈଠକ ପରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମହାନ୍ତି କହିଥିଲେ, ରାଜ୍ୟରେ ପୁଲିସ ଲୋକଙ୍କୁ ନ୍ୟାୟ ଦେଇପାରୁନି। ଦୋଷୀ ଦଣ୍ଡ ପାଉନି। କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଲୋକଙ୍କ ମନରେ ପ୍ରଶ୍ନବାଚୀ ଠିଆ କରିଛି। ସେଥିପାଇଁ ବିଜେପି ଆଜି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଘଟଣାର ତଦନ୍ତ ସିବିଆଇକୁ ଦେବାକୁ ଦାବି କରୁଛି। ମୁଖ୍ୟମନ୍ତ୍ରୀ ଯଦି ନିଜକୁ ସ୍ବଚ୍ଛ ବୋଲି କହୁଛନ୍ତି, ତେବେ ନବ ଦାସ ହତ୍ୟାକାଣ୍ଡର ତଦନ୍ତ ଭାର ସିବିଆଇକୁ ଦିଆଯାଉ ବୋଲି ଶ୍ରୀ ମହାନ୍ତି କହିଥିଲେ। ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଶ୍ରୀ ଆଚାର୍ଯ୍ୟ କହିଥିଲେ, ଓଡ଼ିଶାର ୩୬ଟି ସାଂଗଠନିକ ଜିଲ୍ଲାର ସମସ୍ତ ଯୁବମୋର୍ଚ୍ଚାର ଶୀର୍ଷ ନେତୃତ୍ବ ଆଜିର ବୈଠକରେ ଯୋଗ ଦେଇଥିଲେ। ତୃଣମୂଳସ୍ତରରେ ସଂଗଠନକୁ ମଜଭୁତ କରିବା ପାଇଁ କି କି ରଣନୀତି ପ୍ରସ୍ତୁତ ହେବ, ତାହା ଉପରେ ଆଲୋଚନା ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଯୁବମୋର୍ଚ୍ଚା ପ୍ରଭାରୀ ଗୋଲକ ମହାପାତ୍ର, କେନ୍ଦ୍ର ପ୍ରଭାରୀ ଶଶାଙ୍କ ଶେଖର ରାଜ୍‌, ବିଧାୟକ ସୁରଜ ସୂର୍ଯ୍ୟବଂଶୀ, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାନେତ୍ରୀ ଅର୍ପିତା ଅପରାଜିତା ବଡ଼ଜେନା, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦୀପଜ୍ୟୋତି ମୁଣ୍ଡ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।