ଦେଶ ବିଦେଶ ମନୋରଞ୍ଜନ ରାଜ୍ୟ

ବର୍ଷା-ଅନୁଭବ ମାମଲା: କଟକ ଏସଡିଜେଏମ୍ କୋର୍ଟରେ ହାଜର ହେଲେ ଅନୁଭବ

କଟକ: ଦିନକୁ ଦିନ ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ମଧ୍ୟରେ ଅଡୁଆ ବଢିବାରେ ଲାଗିଛି । ଏହି କ୍ରମରେ ବର୍ଷା କରିଥିବା ଏକ ମାମଲାରେ ଅନୁଭବ ମହାନ୍ତି କଟକ ଏସଡିଜେଏମ୍ କୋର୍ଟରେ ହାଜର ହୋଇଛନ୍ତି । ସେଠାରେ ସେ ବର୍ଷା ପ୍ରିୟଦର୍ଶନୀ କରିଥିବା ମାମଲା ଉପରେ ଉତ୍ତର ରଖିଛନ୍ତି । ଏହା ସହ ଓକିଲଙ୍କ ଜରିଆରେ ଅନୁଭବ କୋର୍ଟରେ ସତ୍ୟପାଠ ବି ଦାଖଲ କରିଛନ୍ତି । କୋର୍ଟ ପକ୍ଷରୁ ହାଜର ହେବା ପାଇଁ ଅନୁଭବଙ୍କୁ ନୋଟିସ୍ କରା ଯାଇଥିଲା ।

ସୂଚନା ଥାଉକି କିଛିଦିନ ହେବ ଚଳଚ୍ଚିତ୍ର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ତାଙ୍କ ସ୍ୱାମୀ ତଥା ଅଭିନେତା ସାଂସଦ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ଏନେଇ ମାମଲା ଛାଡ଼ପତ୍ର ପର୍ଯ୍ୟନ୍ତ ଯାଇଛି । ଏହା ସହ ଏମାନଙ୍କ ସଂପର୍କ ମଧ୍ୟରେ ଦିଲ୍ଲୀର ଜଣେ ସାମ୍ବାଦିକାଙ୍କ ସହ ଅନୁଭବଙ୍କର ସଂପର୍କ ଥିବା ବି ଚର୍ଚ୍ଚା ହୋଇଛି।

ଏପଟେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ମାମଲାର ଚର୍ଚ୍ଚାକୁ ଆଜି ପୁଣି ଏକ ଖୋରାକ ମିଳିଛି। ବର୍ଷାଙ୍କ ବେଡ୍‌ରୁମ୍‌ ପାଖରେ ଉଭୟଙ୍କ ମଧ୍ୟରେ ଚାଲିଥିବା ଯୁକ୍ତିତର୍କର ଏକ ନୂଆ ଭିଡିଓ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଅନୁଭବ ରୁମ୍‌ ଭିତରକୁ ଯିବାକୁ ଅନୁମତି ମାଗୁଥିବା ଦେଖା ଯାଇଥିବା ବେଳେ ବର୍ତ୍ତମାନ ମାମଲା କୋର୍ଟରେ ଥିବାରୁ ବର୍ଷା ତାଙ୍କୁ ବାରଣ କରୁଥିବା ଦେଖିବାକୁ ମିଳିଛି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ