ରାଜ୍ୟ ସ୍ପେଶାଲ ରିପୋର୍ଟ

ମାର୍ଚ୍ଚ ପହିଲାରୁ ପ୍ରବଳ ଖରା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ରାଜ୍ୟରେ ପ୍ରବଳ ଖରା ହେବ। ଗତ କିଛି ଦିନ ହେଲା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାତିର ହାବଭାବରୁ ଏହାର ସ୍ପଷ୍ଟ ସଂକେତ ମିଳି ସାରିଲାଣି। ଶୁକ୍ରବାର ଦିନ ମାଲକାନଗିରି ଓ ଭୁବନେଶ୍ବରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୮ଡିଗ୍ରି ରେକର୍ଡ ହୋଇଛି। ସକାଳୁ ସୂର୍ଯ୍ୟଙ୍କ ତାପ ଖୁବ୍‌ ଅଧିକ ଥିଲା। ଭୁବନେଶ୍ବରରେ ଅପରାହ୍‌ଣ ସାଢ଼େ ୨ଟା ସୁଦ୍ଧା ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଛୁଇଁ ଯାଇଥିଲା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟ ଓ ରାଜଧାନୀରେ ଏଭଳି ତାତି ଜାରି ରହିବ।

ଓଡ଼ିଶା ଉପକୂଳ ନିକଟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ହେତୁ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କିଛି ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ଡିଗ୍ରି ଯାଏ ଅଧିକ ରହିପାରେ। ମାର୍ଚ୍ଚ ପହିଲାରୁ ଅନେକ ସ୍ଥାନର ତାପମାତ୍ରା ଏକାବେଳକେ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

traveleastindia.com

ଅପରପକ୍ଷେ ଆଜିଭଳି ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟରାତ୍ରିରୁ ସକାଳ ପର୍ଯ୍ୟନ୍ତ ଘନ କୁହୁଡ଼ି ପଡ଼ିବ। ଗତ ରାତିରେ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ପଡ଼ିଥିଲା। ଦୃଶ୍ୟମାନ ଦୂରତା କଟକରେ ୧୫୦ ମିଟର, ଭୁବନେଶ୍ବରରେ ୧୦୦ ମିଟର ରହିଥିବା ବେଳେ ଢେଙ୍କାନାଳରେ ୫୦ ମିଟର ଓ କେନ୍ଦ୍ରାପଡ଼ାରେ ୯୦ ମିଟର ଥିଲା। ଆସନ୍ତାକାଲି ସକାଳୁ ଅନୁଗୁଳ, ଢେଙ୍କାନା‌ଳ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବାରୁ ‌ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିଭଳି କଟକ, ଢେଙ୍କାନାଳ, ଜଗତସିଂହପୁର ଓ କେନ୍ଦ୍ରପଡ଼ା‌ରେ ୨୬ ତାରିଖ ଦିନ ଘନ କୁହୁଡ଼ିର ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟର ଅବଶିଷ୍ଟ ଅଞ୍ଚଳ‌ରେ ଅଳ୍ପବହୁତ କୁହୁଡ଼ି ଦେଖାଯିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।