ରାଜ୍ୟ

​ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ : ମାତ୍ର ୪୫ ବର୍ଷ ବୟସରେ ସଫଳ କଳାକାର ଜୀବନର ଅବସାନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କର ବୁଧବାର ରାତିରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ପରଲୋକ ଘଟିଛି। ତାଙ୍କୁ ମାତ୍ର ୪୫ ବର୍ଷ ହୋଇଥିଲା। ରାତି ପ୍ରାୟ ୧୧ଟା ୨୫ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ଲିଭର ସିରୋସିସ୍‌ରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ଲିଭର ନଷ୍ଟ ହୋଇଯାଇଥିବା କୁହାଯାଇଥିଲା। ଲିଭର ପ୍ରତିରୋପଣ ଆଶାରେ ତାଙ୍କୁ ହାଇଦ୍ରାବାଦ ନିଆଯାଇଥିଲା। କିନ୍ତୁ ଏଥିପାଇଁ ୫୦ ଲକ୍ଷ ଟଙ୍କା ଆବଶ୍ୟକ ଥିବାରୁ ତାଙ୍କର ଚିକିତ୍ସା ବିଳମ୍ବିତ ହୋଇ ଚାଲିଥିଲା।

ଭୁବନେଶ୍ବରରେ ଚିକିତ୍ସିତ ହେଉଥିବା ପିଣ୍ଟୁ ନନ୍ଦଙ୍କୁ ଫେବ୍ରୁଆରି ୭ ତାରିଖରେ ପ୍ରଥମେ ନୂଆଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ ବାଇଲିଆରି ସାଇନ୍ସ (ଆଇଏଲବିଏସ୍)କୁ ନିଆଯାଇଥିଲା। କିନ୍ତୁ ସେଠାରେ ଲିଭର ଦାତା ନ ମିଳିବାରୁ ସେଠାରୁ ତାଙ୍କୁ ହାଇଦ୍ରାବାଦ ଅଣାଯାଇଥିଲା। ଓଲିଉଡ୍‌ର ଅନେକ କଳାକାର ତାଙ୍କୁ ସହାୟତା ଦେବା ପାଇଁ ଆଗକୁ ଆସିଥିଲେ ବି ମିଳିଥିବା ସହାୟତା ରାଶି ପର୍ଯ୍ୟାପ୍ତ ନଥିଲା। ପିଣ୍ଟୁ ନନ୍ଦଙ୍କର ପତ୍ନୀ ଓ ଦୁଇ ପୁଅ ଅଛନ୍ତି।

କୋଇଲି ଚଳଚ୍ଚିତ୍ର ଜରିଆରେ ଓଲିଉଡରେ ପାଦ ଦେଇଥିବା ପିଣ୍ଟୁ ନନ୍ଦ ରଙ୍ଗ ନମ୍ବର, ପ୍ରେମ ଋତୁ ଆସିଲାରେ, ଦୋସ୍ତି, ହାତ ଧରି ଚାଲୁ ଥା ଭଳି ଅନେକ ଚଳଚ୍ଚିତ୍ରରେ ସଫଳତାର ସହ ଅଭିନୟ କରିଥିଲେ। ଓଡ଼ିଆ ଆଲବମ୍‌ ଗୀତରେ ଅଭିନୟ କରି ସେ ସର୍ବାଧିକ ଲୋକପ୍ରିୟତା ହାସଲ କରିଥିଲେ। ହେ ଗୌରା… ଗୀତରେ ଅଭିନୟ ପାଇଁ ତାଙ୍କୁ ଦର୍ଶକ ଏବେ ବି ମନେ ରଖନ୍ତି। ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଗଭୀର ଶୋକ ପ୍ରକାଶ ପାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।