ରାଜ୍ୟ ସ୍ପେଶାଲ ରିପୋର୍ଟ

ଥାନାରେ ଉତ୍କଳମଣିଙ୍କ ଉତ୍ତରାଧିକାରୀ ବିବାଦ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସାକ୍ଷୀଗୋପାଳ : ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଉତ୍ତରାଧିକାରୀକୁ ନେଇ ପୁଣିଥରେ ବିବାଦ ସାମ୍‌ନାକୁ ଆସିଛି। ସୁଆଣ୍ଡୋ ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ନାତୁଣୀ ବୋହୂ ଲୀଳାବତୀ ମିଶ୍ରଙ୍କୁ ଅସମ୍ମାନ ଘଟଣାକୁ କେନ୍ଦ୍ରକରି ସତ୍ୟବାଦୀ ଥାନାରେ ଅଭିଯୋଗ ହୋଇଛି।

ଗତ ଫେବ୍ରୁଆରି ୨୩ ତାରିଖ ଘଟଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋ ଗ୍ରାମରେ ୨୫.୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହି ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ଗୋପବନ୍ଧୁଙ୍କ ଦାୟାଦଙ୍କୁ ମଞ୍ଚରେ ସମ୍ମାନିତ କରାଯାଇଥିଲା। କିନ୍ତୁ, ୮୫ ବର୍ଷୀୟା ତାଙ୍କ ନାତୁଣୀ ବୋହୂ ଲୀଳାବତୀ ମିଶ୍ର ସୁଆଣ୍ଡୋ ଗ୍ରାମରେ ପହଞ୍ଚିଥିଲେ ମଧ୍ୟ ତାଙ୍କୁ ପୁଲିସ ସେଠାକୁ ଯିବାକୁ ଦେଇ ନଥିଲା। ଯାହାକୁ ନେଇ ସେ କାନ୍ଦିକାନ୍ଦି ଫେରି ଆସିଥିଲେ ବୋଲି ଅଭିଯୋଗ କରିଥିଲେ।

ଏହି ଘଟଣାକୁ ଭିତ୍ତିକରି ଆଜି ସତ୍ୟବାଦୀ ଥାନାରେ ଉତ୍କଳମଣିଙ୍କ ଅଣନାତି କାଳୀପ୍ରସନ୍ନ ମିଶ୍ର ଓ ପଣନାତି ଆଦ୍ୟସିଦ୍ଧି ମିଶ୍ର ଅଭିଯୋଗ କରିବା ସହ ଗୋପବନ୍ଧୁଙ୍କ ଦାୟଦଙ୍କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏପରିକି ଏମାନେ ଏକ ସାମ୍ବାଦିକ ସମ୍ମିଳନୀରେ ସୁଆଣ୍ଡୋ ଗ୍ରାମର ଧୀରେନ୍ଦ୍ରନାଥ ଦାସ ତାଙ୍କ ଦାୟାଦ ନୁହନ୍ତି ବୋଲି ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ, ଏହି ଅଭିଯୋଗ ସମ୍ପର୍କରେ ଧୀରେନ୍ଦ୍ରନାଥ ଦାସଙ୍କୁ ପଚାରିବାରୁ ସେ ଏହି ଅଭିଯୋଗ ଏକ ପ୍ରହସନ ବୋଲି କହିଛନ୍ତି। ଉତ୍କଳମଣିଙ୍କ ଉତ୍ତରାଧିକାରୀଙ୍କ ନେଇ ଉଚ୍ଚ ନ୍ୟାୟାଳୟଙ୍କ ରାୟରେ ସ୍ପଷ୍ଟ ଭାବେ ଉଲ୍ଲେଖଥିବା ସେ କହିଛନ୍ତି।

ଏ ସମ୍ପର୍କରେ ସତ୍ୟବାଦୀ ଥାନା ଇନିସପେକ୍ଟର ବିଜୟ କେତନ ବେହେରା କହିଛନ୍ତି, ବିବାଦ ନେଇ ହୋଇଥିବା ଅଭିଯୋଗର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।