ରାଜ୍ୟ ସ୍ପେଶାଲ ରିପୋର୍ଟ

ଚକାପଥର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ: ସରୁନି ବିଦ୍ୟାଳୟ ଗୃହ ନିର୍ମାଣ, ଗ୍ରାମ କୋଠଘରେ ଚାଲିଛି ପାଠପଢ଼ା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଗାଁ : ସରକାର ଶିକ୍ଷା ପ୍ରତି ଛାତ୍ରଛାତ୍ରୀଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନାମାନ ପ୍ରଣୟନ କରିବା ସହିତ ବିଦ୍ୟାଳୟଗୁଡ଼ିକର ରୂପରେଖ ବଦଳାଇବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ଫଳରେ ଛାତ୍ରଛାତ୍ରୀମାନେ ପାଠପଢି ରୋଜଗାରକ୍ଷମ ହେବା ସଙ୍ଗେ ସଙ୍ଗେ ବେକାରୀ ଦୂରୀକରଣ ହୋଇପାରିବ। ହେଲେ ନୟାଗଡ଼ ଜିଲ୍ଲାରେ ଏଭଳି ଏକ ସ୍ଥାନ ରହିଛି ଯେଉଁଠାରେ ଆଜି ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ବିଦ୍ୟାଳୟରେ ନାମ ଲେଖାଇ ପାଠପଢୁଥିଲେ ମଧ୍ୟ ବିଦ୍ୟାଳୟ ପାଇଁ ଶ୍ରେଣୀଗୃହ ନିର୍ମାଣ ହୋଇପାରିନାହିଁ। ଫଳରେ ପିଲାମାନଙ୍କୁ ଗ୍ରାମର ଏକ କୋଠଘରେ ପାଠପଢ଼ା ଯାଉଥିବା ବେଳେ କାର୍ଯ୍ୟରତ ଶିକ୍ଷକ ନିଜ ଇଚ୍ଛା ଅନୁସାରେ ବିଦ୍ୟାଳୟକୁ ଆସୁଥିବା ଦେଖିବାକୁ ମିଳିଛି।

ସୂଚନା ମୁତାବକ, ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍‌ ଶିକ୍ଷା ବିଭାଗ ଅଧୀନସ୍ଥ ମାଳିସାହି ପଞ୍ଚାୟତ ଚକାପଥର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ୨୦୦୮ ମସିହାରୁ ସ୍ଥାପିତ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ଶ୍ରେଣୀଗୃହ ନିର୍ମାଣ ହୋଇପାରିନାହିଁ। ପୂର୍ବରୁ ବିଦ୍ୟାଳୟର ଗୃହ ନିର୍ମାଣ ପାଇଁ ଆସିଥିବା କିଛି ଅର୍ଥ କାର୍ଯ୍ୟରେ ଲାଗିଥିବା ବେଳେ କିଛି ଅର୍ଥ ଆତ୍ମସାତ ହୋଇଥିବା ଜଣାପଡ଼ିଛି। ଫଳରେ ଏହି ମାମଲା ବିଚାରାଧୀନ ରହିଥିବା ଯୋଗୁ ନା ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ଆଗେଇ ପାରୁଛି ନା ଏଥିପାଇଁ ନୂତନ ଅନୁଦାନ ଆସିପାରୁଛି। ବିଦ୍ୟାଳୟର ଶ୍ରେଣୀଗୃହ ନଥିବା ହେତୁ ଛାତ୍ରଛାତ୍ରୀମାନଙ୍କୁ ଗ୍ରାମରେ ଥିବା କୋଠଘରେ ପାଠ ପଢ଼ାଯାଉଛି। ତେବେ ଆଦିବାସୀ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ବିଦ୍ୟାଳୟର ଗୃହ ନିର୍ମାଣ ନିମନ୍ତେ ବିଭାଗୀୟ ଅଧିକାରୀ ବିଶେଷ ଭାବେ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହୋଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।