ରାଜ୍ୟ ସ୍ପେଶାଲ ରିପୋର୍ଟ

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା: ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ପରୀକ୍ଷାର୍ଥୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ: ଆଜିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଉଛନ୍ତି। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି।  ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ।

ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା। ମାଟ୍ରିକ ରେ‌ଗୁଲାର, ଏକ୍ସରେଗୁଲାର, ପତ୍ରବିନିମୟ ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ସମାନ ରହିବ। ସେହିପରି ମଧ୍ୟମାର ରେଗୁଲାର, ଏକ୍ସ ରେଗୁଲାର ଓ ଓପନ୍‌ ସ୍କୁଲର ପୁରୁଣା, ନୂଆ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ପ୍ରଶ୍ନପତ୍ର ମଧ୍ୟ ସମାନ ରହିବ। ଏଏସ୍‌-୧ ଭଳି ଏସ୍‌ଏ–୨ର ପ୍ରଶ୍ନପତ୍ର ଢ଼ାଞ୍ଚା ସମାନ ରହିବ। ‌ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ। ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ଆସିବ ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ। ଅବଶି‌ଷ୍ଟ ୩୦ ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ଆସିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ। ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ ଅର୍ଥାତ୍‌ ଗଣିତ ପରୀକ୍ଷା ଅବଧି ୨ଘଣ୍ଟା ୧୫ ମିନିଟ୍ ରହିବ।

ବୋର୍ଡ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୧୦ ତାରିଖ ଶୁକ୍ରବାର ଦିନ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ), ୧୩ ତାରିଖ ସୋମବାର ଦିନ ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା), ୧୪ତାରିଖ ମଙ୍ଗଳବାର ତୃତୀୟ ଭାଷା( ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ), ୧୬ତାରିଖ ଗୁରୁବାର ସାଧାରଣ ବିଜ୍ଞାନ, ୧୮ତାରିଖ ଶନିବାର ସାମାଜିକ ବିଜ୍ଞାନ, ୨୦ ତାରିଖ ସୋମବାର ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ‌ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବ୍ରୁଆରି ୧୫ରୁ ୧୮ତାରିଖ ମଧ୍ୟରେ ଅନୁ‌ଷ୍ଠିତ ହେବ।

ମଧ୍ୟମା(ସଂସ୍କୃତ‌ ଟୋଲ) ପରୀକ୍ଷା କାର୍ଯ୍ୟସୂଚୀ ଅନୁସାରେ, ମାର୍ଚ୍ଚ ୧୦ରେ ପେପର–୪(ଓଡ଼ିଆ), ମାର୍ଚ୍ଚ ୧୩ ରେ ପେପର–୮(ଇଂରାଜୀ), ମାର୍ଚ୍ଚ ୧୪ ରେ ପେପର–୨(ସଂସ୍କୃତ ସାହିତ୍ୟମ୍‌), ମାର୍ଚ୍ଚ ୧୫ ରେ ପେପର–୧(ସଂସ୍କୃତ ବ୍ୟାକରଣ ଓ ଦର୍ଶନ), ମାର୍ଚ୍ଚ ୧୬ରେ ପେପର–୬(ସାଧାରଣ ବିଜ୍ଞାନ), ମାର୍ଚ୍ଚ ୧୭ରେ ପେପର–୩ (ପ୍ରୟୋଗାତ୍ମକ ସଂସ୍କୃତ), ମାର୍ଚ୍ଚ ୧୮ ତାରିଖରେ ପେପର–୭ (ସାମାଜିକ ବିଜ୍ଞାନ) ଓ ମାର୍ଚ୍ଚ ୨୦ ତାରିଖ ପେପର–୫(ଗଣିତ) ପରୀକ୍ଷା ହେବ। ମଧ୍ୟମାରେ ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ, ଇଂରାଜୀ ବିଷୟ ପରୀକ୍ଷାରେ ୩୦ ନମ୍ବର ସବ୍‌ଜେକ୍ଟିଭ୍ ଓ ୩୦ ନମ୍ବର ଅବ୍‌ଜେକ୍ଟିଭ୍ ଏହିପରି ମୋଟ ୬୦ ନମ୍ବର ପରୀକ୍ଷା ହେବ। ଅନ୍ୟ ବିଷୟରେ ୩୦ ମାର୍ଚ୍ଚ ସବ୍‌ଜେକ୍ଟିଭ୍ ଓ ୫୦ ନମ୍ବର ଅବ୍‌ଜେକ୍ଟିଭ୍ ପରୀକ୍ଷା କରାଯିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।