ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ପ୍ରୋ-ଲିଗ୍‌ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ରାଉରକେଲାରେ ନବନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦ୍‌ଘାଟନ କରିବାସହ ହକି ପ୍ରୋ-ଲିଗ୍‌ର ଶୁଭାରମ୍ଭ କରିବେ। ଏହାସହ ରାଉରକେଲାରେ ରାତ୍ରିଯାପନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସା‌ରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ରାଉରକେଲାରେ ଅପରାହ୍ନ ୫ଟା ୨୦ରେ ପହଞ୍ଚିବେ। ବିମାନବନ୍ଦରରୁ ସିଧାସଳଖ ବିର୍ସା ଛକରେ ପ୍ରାୟ ୧୨୪ କୋଟିରେ ନିର୍ମିତ ଅତ୍ୟାଧୁନିକ ଆଥ୍‌ଲେଟିକ୍‌ ଷ୍ଟାଡିୟମକୁ ଲୋକାର୍ପଣ କରିବେ। ପରେ ସନ୍ଧ୍ୟା ୬ଟାରେ ବିର୍ସା ମୁଣ୍ଡା ଷ୍ଟାଡିୟମ ନିକଟରେ ନିର୍ମିତ ବିଶ୍ବକପ୍‌ ଗ୍ରାମକୁ ଫେରିଆସି ସେଠାରେ କିଛି ସମୟ ବିତାଇବେ। ଏହାପରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚି ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌ର ଭାରତ-ଜର୍ମାନୀ ଉଦ୍‌ଘାଟନୀ ମୁକାବିଲାର ଶୁଭାରମ୍ଭ କରିବେ।

ନିକଟ ଅତୀତରେ ଏହି ଷ୍ଟାଡିୟମ ବିଶ୍ବର ସର୍ବବୃହତ୍‌ ସିଟ୍‌ ବିଶିଷ୍ଟ ହକି ଷ୍ଟାଡିୟମ ଭାବେ ‘ଗିନିଜ୍‌ ବୁକ୍‌ ଅଫ୍‌ ୱାର୍ଲ‌୍ଡ ରେକର୍ଡ‌୍ସ’ରେ ସ୍ଥାନିତ ହୋଇଥିଲା। ଏହାର ପ୍ରମାଣପତ୍ରକୁ ହକି ଇଣ୍ଡିଆ କର୍ତ୍ତୃପକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ହସ୍ତାନ୍ତର କରିବେ। ଏହାପରେ ମୁଖ୍ୟମନ୍ତ୍ରୀ ବିଶ୍ବକପ୍‌ ଗ୍ରାମରେ ରାତ୍ରୀଯାପନ କରିବେ। ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଅଭିମୁଖେ ବାହାରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ଗସ୍ତ ସମୟରେ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ସାଧାରଣସମ୍ପାଦକ ଭୋଳାନାଥ ସିଂହ, କ୍ରୀଡ଼ା ସଚିବ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।