ରାଜ୍ୟ ସ୍ପେଶାଲ ରିପୋର୍ଟ

ଭଲ ଖବର: ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ ତହସିଲଦାର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

ସୋର : ଜଣେ ସରକାରୀ ଅଧିକାରୀ ମହାନତା ଦେଖାଇଛନ୍ତି। ଦୁର୍ଘଟଣାଗ୍ରସ୍ତ ଗୁରୁତର ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି।

ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ ନଦୀଗାଁ ଗଞ୍ଜ ଗ୍ରାମର ରମାକାନ୍ତ ସାହୁ (୪୫) ଆଜି ନିଜ ବାଇକ୍‌ ଯୋଗେ ଶିରାପୁରରେ ରହୁଥିବା ତାଙ୍କ ମାଉସୀଙ୍କୁ ଆଣିବା ପାଇଁ ଯାଉଥିଲେ। ତେବେ ୧୬ ନମ୍ବର ଜାତୀୟ ରାଜପଥର ତଳନଗର ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇଯାଇଥିଲା। ଏହି ସମୟରେ ସୋର ତହସିଲଦାର ବସନ୍ତ କୁମାର ସାହାଣୀ କାମ ସାରି ଫେରୁଥିବା ବେଳେ ରମାକାନ୍ତ ରାସ୍ତାକଡ଼ରେ ଗୁରୁତର ହୋଇ ପଡ଼ିଥିବା ଦେଖିଥିଲେ। ସେ ସଂଗେ ସଂଗେ ଡ୍ରାଇଭରଙ୍କୁ ଗାଡ଼ି ଅଟକାଇବାକୁ କହିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଶ୍ରୀ ସାହାଣୀ ନିଜ ଗାଡ଼ିରେ ରମାକାନ୍ତଙ୍କୁ ସୋର ଡାକ୍ତରଖାନା ନେଇଥିଲେ। ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା ହୋଇଥିଲା। ଅବସ୍ଥା ସଂକଟାପନ୍ନ ଥିବାରୁ ପରେ ବାଲେଶ୍ୱର ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ତେବେ ତହସିଲଦାର ଶ୍ରୀ ସାହାଣୀଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ସବୁ ସରକାରୀ ଅଧିକାରୀ ନିଜ ଦାୟିତ୍ବରୁ ଊର୍ଦ୍ଧ୍ବକୁ ଯାଇ ଜଣେ ମଣିଷର କର୍ତ୍ତବ୍ୟ କରିବା ଉଚିତ ବୋଲି ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।