ଦେଶ ବିଦେଶ

ୱାୟନାଡ଼ ଉପନିର୍ବାଚନ ନେଇ କଳ୍ପନାଜଳ୍ପନା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ : ମାନହାନି ମାମଲାରେ ରାହୁଲ ଗାନ୍ଧି କୋର୍ଟ ଦ୍ବାରା ୨ ବର୍ଷର ଦଣ୍ଡାଦେଶ ପାଇବା ପରେ ତାଙ୍କର ଲୋକସଭା ସଦସ୍ୟତା ରଦ୍ଦ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ତାଙ୍କର ୱାୟନାଡ଼ ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଉଥିବା ବେଳେ ଭାରତର ନିର୍ବାଚନ କମିସନ ଏଥି ନେଇ ତରବର ନ ଥିବା ଜଣାପଡ଼ିଛି। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ବୁଧବାର କହିଛନ୍ତି ଯେ, ୨୦୧୯ର ମାନହାନି ମାମଲାରେ ରାହୁଲ ଗାନ୍ଧିଙ୍କୁ କୋର୍ଟ ଉପର କୋର୍ଟରେ ଅପିଲ କରିବା ପାଇଁ ୩୦ ଦିନର ମହଲତ ଦେଇଛନ୍ତି। ତା’ଛଡ଼ା ଜନପ୍ରତିନିଧି ଆଇନର ଧାରା ୧୫୧ ଅନୁସାରେ ଉପନିର୍ବାଚନ କରାଇବା ଲାଗି କମିସନ ହାତରେ ଛଅ ମାସର ସମୟ ଅଛି। ତେଣୁ ଉପନିର୍ବାଚନ ପାଇଁ କମିସନ ଏବେ କୌଣସି ମତେ ଚିନ୍ତିତ ନାହାନ୍ତି।

ଇତିମଧ୍ୟରେ ସାଂସଦ ପଦ ହରାଇବା ପରେ ରାହୁଲ ଗାନ୍ଧିଙ୍କୁ ଲୋକସଭା ସଚିବାଳୟ ପକ୍ଷରୁ ଏପ୍ରିଲ ୨୨ ତାରିଖ ସୁଦ୍ଧା ତାଙ୍କ ସରକାରୀ ବଙ୍ଗଳା ଖାଲି କରିବାକୁ ଆଦେଶ ଦିଆଯାଇଛି। ରାହୁଲ ମଧ୍ୟ ଆଦେଶ ପାଳନ କରିବେ ବୋଲି କହିଛନ୍ତି। କଂଗ୍ରେସର ଲିଗାଲ ଟିମ୍‌ ଅପରାଧିକ ମାନହାନି ମାମଲାରେ ରାହୁଲଙ୍କ ବିରୋଧରେ ହୋଇଥିବା ଦଣ୍ଡାଦେଶକୁ ଚ୍ୟାଲେଂଜ କରିବାକୁ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ସୁରଟ୍‌ ଅଦାଲତରେ ଏ ନେଇ ଦିନେ ଦୁଇଦିନ ମଧ୍ୟରେ ଆବେଦନ କରାଯିବ ବୋଲି କେତେକ ସୂତ୍ରରୁ ଜଣାପଡ଼ିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ