ରାଜ୍ୟ ସ୍ପେଶାଲ ରିପୋର୍ଟ

ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ, ୟୁନେସ୍କୋ ଐତିହ୍ୟ ମାନ୍ୟତା ଉପରେ ଗୁରୁତ୍ବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

ପୁରୀ: ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ଣରେ ପୁରୀ ସର୍କିଟ ହାଉସ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଚଳିତ ବର୍ଷ ରଥଯାତ୍ରାକୁ ଶୃଙ୍ଖଳିତ ସମାପନ କରିବାକୁ ଆହ୍ୱାନ ଦେଇଥିଲେ। ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି, ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ, ନୀତି ସଂପାଦନ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ, ବିଦ୍ୟୁତ୍‌ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତାଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂ ସ୍ଥଳ, ଶାନ୍ତିଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲିଶ୍ରୀ ମେଳା ଆଦି ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ସମ୍ପୃକ୍ତ ବିଭାଗର ଅଧିକାରୀମାନେ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପି ଡ. କେ ବିଶାଲ ସିଂହ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷା ନେଇ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ରଥଯାତ୍ରା ପୂର୍ବରୁ ପୁରୀ ସହରରେ ଅସୁରକ୍ଷିତ କୋଠାର ଚିହ୍ନଟ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଇତ୍ୟାଦି ତ୍ୱରାନ୍ୱିତ ପାଇଁ ଡ. ସିଂହ ପରାମର୍ଶ ଦେଇଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ରଥଯାତ୍ରା କିଭଳି ଯଥାଶୀଘ୍ର ୟୁନୋସ୍କୋ ଐତିହ୍ୟ ମାନ୍ୟତା ପାଇବ, ସେ ସମ୍ପର୍କରେ ଆଲୋକପାତ କରିଥିଲେ। ବୈଠକରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡି, ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ, ମାଧବ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ(ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ(ପ୍ରୋଟୋକଲ) ଦିଲୀପ କୁମାର ମହାପାତ୍ର, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସପି ମିହିର କୁମାର ପଣ୍ଡା, ଜିଲ୍ଲା ଯୋଗାଣ ଅଧିକାରୀ ସୁବୋଧ ହୋତା, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ସୁଜାତା ମିଶ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷ ରଥଯାତ୍ରା ଜୁନ୍‌ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।