ରାଜ୍ୟ

ସମ୍ବଲପୁରରେ ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ମିଳିଲା ଗାଡ଼ିଚାଳକଙ୍କ ମୃତଦେହ, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ରେଙ୍ଗାଲି: ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ବିଶାଳଖିଣ୍ଡା ସ୍ଥିତ ଶାସନ କେନାଲକୁ ଏକ ବୋଲେରୋ ଗାଡ଼ି ଖସି ୭ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଥିବା ଖବର ଚାଞ୍ଚଲ୍ୟ ଖେଳାଇଦେଇଛି। ୭ ମୃତକଙ୍କ ପରିଚୟ ମିଳିଛି। ଏହି ମୃତକମାନେ ହେଲେ ବଡ଼ଧରା ଗ୍ରାମର ସୁବଳ ଭୋଇ, ସୁମନ୍ତ ଭୋଇ, ସୂରଜ ସେଠ, ଦିବ୍ୟ ଲୁହା, ଅଜିତ ଖମାରି, ଶତ୍ରୁଘ୍ନ ଭୋଇ ଓ ରମାକାନ୍ତ ଭୟର। ଶତ୍ରୁଘ୍ନ ଭୋଇ ଗାଡ଼ିଚାଳକ ବୋଲି ଜଣାଯାଇଛି। ତେବେ ଦୁର୍ଘଟଣାଗ୍ରସ୍ତ ବୋଲେରୋ ଡ୍ରାଇଭରଙ୍କ ମୃତଦେହ ଡେରିରେ ମିଳିଥିଲା।

ସୂଚନା ଅନୁଯାୟୀ, ଏକ ବିବାହ ବରଯାତ୍ରୀ ଭାବେ ଯୋଗଦେବା ପାଇଁ ଝାରସୁଗୁଡ଼ା ଜ଼ିଲ୍ଲା କନକତୁରା ବଡ଼ଧରା ଅଞ୍ଚଳରୁ ପରମାଣପୁରକୁ ଆସିଥିଲେ l ହସଖୁସିରେ ବରଯାତ୍ରୀ କନ୍ୟା ଘରେ ପହଞ୍ଚିଥିଲେ ସମସ୍ତେ l ଏହା ପରେ ଭୋଜି ଖାଇ କନ୍ୟା ଘରୁ ବରଯାତ୍ରୀ ଯାଇଥିବା କିଛି ଲୋକେ ନିଜ ଘର ଝାରସୁଗୁଡ଼ା ଜ଼ିଲ୍ଲା କନକତୁରା ବଡ଼ଧରା ଗ୍ରାମକୁ ବାହାରିଥିଲେ l ଫେରିବା ବେଳକୁ ପ୍ରବଳ ବର୍ଷା ହେଉଥିଲା l ଏହି ସମୟରେ  ଗୋଟିଏ ବୋଲେରୋ ରେ ୧୧ ଜଣ ବାହାରିଥିଲେ l ତେବେ ଶାସନ ଥାନା ଅନ୍ତର୍ଗତ ବିଶାଳଖିଣ୍ଡା ବୁଲାଣିକୁ ପହଞ୍ଚିବା ମାତ୍ରେ ଭାରସାମ୍ୟ ହରାଇ ଗାଡ଼ିଟି ସିଧା ଶାସନ କେନାଲ ଭିତରକୁ ପଶି ଯାଇ ଓଲଟି ପଡ଼ିଥିଲା l

ଏହି ଘଟଣାଟି ରାତି ପ୍ରାୟ ୨ଟା ସମୟରେ ଘଟିଥିଲା l ଗାଡ଼ିଟି ଓଲଟି ପଡ଼ିବାରୁ ଗାଡ଼ି ଭିତରେ ଥିବା ଯୁବକମାନେ ସମସ୍ତେ ବାହାରି ପାରିନଥିଲେ l ତେବେ କୌଶଳକ୍ରମେ ଜଣେ ଯୁବକ ବାହାରି ତାଙ୍କ ସମ୍ପର୍କୀୟମାନଙ୍କୁ ଫୋନ କରିଥିଲେ। ଘଟଣାସ୍ଥଳରେ ସମସ୍ତେ ପହଞ୍ଚି  ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେl ତେବେ ଗାଡ଼ିରୁ ୩ ଜଣ ବାହାରି ପାରିଥିଲେ ଆଉ ୬ ଜଣ ବାହାରି ପାରି ନଥିଲେl ଗାଡ଼ି ଚାଳକର ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନଥିଲା l ତେବେ ଗାଡ଼ିରେ ପ୍ରକୃତରେ କେତେ ଜଣ ଥିଲେ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ l  ଏଥିରେ ମୃତକମାନେ ହେଲେ ବଡ଼ଧରା ଗ୍ରାମର ସୁବଳ ଭୋଇ, ସୁମନ୍ତ ଭୋଇ, ସୂରଜ ସେଠ, ଦିବ୍ୟ ଲୁହା, ଅଜିତ ଖମାର ଓ ରମାକାନ୍ତ ଭୟରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏନେଇ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛିl

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।