ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମୁଖ୍ୟ ଛକ ନିକଟରେ ଥିବା ଦିଲୀପ ମିଶ୍ରଙ୍କ ବାଡ଼ିପଟର ଏକ ପରିତ୍ୟକ୍ତ କୂଅରେ ପଡ଼ି ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି। ଦୁଇ ଶିଶୁ ହେଲେ ଶିକ୍ଷକ ଆଲୋକ ମିଶ୍ରଙ୍କ ଝିଅ ଦିଶା (୩ ବର୍ଷ) ଓ ସଂଗ୍ରାମ ମିଶ୍ରଙ୍କ ଝିଅ ସିଦ୍ଧିଶ୍ରୀ (ଦେଢ଼ ବର୍ଷ)। ମୃତ ଦୁଇ ଶିଶୁକନ୍ୟା ସଂପର୍କୀୟ ଭଉଣୀ। ସୂଚନା ଅନୁସାରେ ଆଜି ଦୁହେଁ ଘରେ ଖେଳୁଥିବା ସମୟରେ ଉକ୍ତ ପରିତ୍ୟକ୍ତ ପୂଅରେ ପଡ଼ିଯାଇଥିଲେ। ପରିବାର ଲୋକେ ସେମାନଙ୍କୁ ନପାଇ ଖୋଜାଖୋଜି କରିଥିଲେ। ପରେ କୂଅରେ ପଡ଼ିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସୋନପୁର ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଦିଶାଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ପରିବାର ଲୋକେ ସିଦ୍ଧିଶ୍ରୀଙ୍କୁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l