ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ୪ଜିଲ୍ଲାରେ କୁଆପଥର ବର୍ଷା; ଜାରି ରହିବ ଖରା, ତାତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଗୁରୁବାର ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି। ମାଲକାନଗିରି, ‌କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଝଡ଼ବର୍ଷା ହୋଇଯାଇଛି। ଅପରାହ୍‌ଣ ୪ଟା ପରେ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଝଡ଼ ପବନ ସହ ବର୍ଷା ହୋଇଛି।

ଆଜି(ଶୁକ୍ରବାର) ୪ ଜିଲ୍ଲା ଯଥା ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳ‌ରେ ଝଡ଼ପବନ ସହ ବିଜୁଳି, ଘଡ଼ଘଡ଼ି ବର୍ଷା ହେବ। କିଛି ସ୍ଥାନରେ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ ଏହି ୪ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆଜି ଏହି ୪ ଜିଲ୍ଲା ବ୍ୟତୀତ ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୮ ତାରିଖ ଦିନ ମଧ୍ୟ ରାଜ୍ୟର ୧୧ ଜିଲ୍ଲାରେ ଝଡ଼ବ‌ର୍ଷାର ସମ୍ଭାବନାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ରାଜ୍ୟରେ କାଁ ଭାଁ କାଳବୈଶାଖୀ ସମ୍ଭାବନା ରହିଛି। କିନ୍ତୁ ଦିନରେ ପ୍ରବଳ ଖରା ଜାରି ରହିବ।

ଆସନ୍ତା‌ ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଖରା, ତାତି ଆଜି ଭଳି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ପା‌ଣିପ‌ାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି। ଶୁକ୍ରବାର ଦିନ ରାଜଧାନୀର ପାଗ ଆଂଶିକ ମେଘୁଆ ରହିବ। ଅପରାହ୍‌ଣ ଆଡ଼କୁ ହାଲୁକା ବର୍ଷା ମଧ୍ୟ ହୋଇପାରେ। ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରି ଓ ସର୍ବନିମ୍ନ ୨୫ଡିଗ୍ରି ମଧ୍ୟରେ ରହିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।